Posted inଜାତୀୟ

ସୋନାଲି ଫୋଗଟ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଡିଲର ଗିରଫ, ସଂଖ୍ୟା ୫କୁ ବୃଦ୍ଧି

ପଣଜୀ,୨୮ା୮: ଭାଜପା ନେତ୍ରୀ ସୋନାଲି ଫୋଗଟ୍‌ ହତ୍ୟା ମାମଲାରେ ଗୋଆ ପୋଲିସ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ଡ୍ରଗ୍ସ ଡିଲର ବୋଲି ଜଣାପଡିଛି। ପୋଲିସ ଶନିବାର ରାତିରେ ତାଙ୍କୁ ଗିରଫ କରିଛି। ଡ୍ରଗ୍ସ ଡିଲରଙ୍କୁ ମିଶାଇ ଏପର୍ଯ୍ୟନ୍ତ ୫ ଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଛି।
ପୋଲିସ ପୂର୍ବରୁ ରେଷ୍ଟୁରାଣ୍ଟ ମାଲିକଙ୍କୁ ମଧ୍ୟ ଗିରଫ କରିଛି, ଯେଉଁଠାରେ ଫୋଗଟ୍‌ଙ୍କ ମୃତ୍ୟୁ ପୂର୍ବରୁ ରାତିରେ ପାର୍ଟି ହୋଇଥିଲା। ଗିରଫ ଡ୍ରଗ୍ସ ଡିଲରଙ୍କ ନାମରେ ନାର୍କୋଟିକ ଡ୍ରଗ୍‌ ଏବଂ ସାଇକୋଟ୍ରୋପିକ ପଦାର୍ଥ ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷେ ଗୁରୁବାର ଗିରଫ ହୋଇଥିବା ସୁଧୀର ସଗ୍ବାନ ଏବଂ ସୁଖଓ୍ବିନ୍ଦର ସିଂଙ୍କୁ ୧୦ ଦିନ ପୋଲିସ ହେପାଜତକୁ ପଠାଇ ଦିଆଯାଇଛି।
ପୋଲିସ ରେସ୍ତୋରାଁ କର୍ମଚାରୀ, ଫୋଗଟ୍‌ ରହୁଥିବା ରିସର୍ଟ, ଡାକ୍ତରଖାନା ଯେଉଁଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା ଏବଂ ତାଙ୍କ ଡ୍ରାଇଭରଙ୍କ ସମେତ ୨୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ପଚରାଉଚରା କରିଛି। ଅନ୍ୟପକ୍ଷେ ପୋଲିସ ପ୍ରଥମେ ଫୋଗଟ୍‌ଙ୍କ ମୃତ୍ୟୁ ହୃଦ୍‌ଘାତରେ ଘଟିଥିବା ଅନୁମାନ କରୁଥିଲା। ହେଲେ ପରିବାର ଲୋକେ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ଦାବି କରିଥିଲେ। ପରେ ପୋଲିସ ତତ୍ପରତା ଦେଖାଇ ମାମଲାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ଫୋଗଟ୍‌ଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଫିଟିବାରେ ଲାଗିଛି।
ସୋନାଲି ଫୋଗଟ୍‌ ହତ୍ୟା ମାମଲା ସିବିଆଇକୁ ହସ୍ତାନ୍ତର କରିବାକୁ ଗୋଆ ସରକାରଙ୍କୁ ଚିଠି ଲେଖିବେ ବୋଲି ହରିୟାଣା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଫୋଗଟ୍‌ଙ୍କ ପରିବାର ଚଣ୍ଡିଗଡ଼ରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କୁ ଭେଟିବା ପରେ ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri