Posted inଜାତୀୟ

ସୋନାଲି ଫୋଗଟ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଡିଲର ଗିରଫ, ସଂଖ୍ୟା ୫କୁ ବୃଦ୍ଧି

ପଣଜୀ,୨୮ା୮: ଭାଜପା ନେତ୍ରୀ ସୋନାଲି ଫୋଗଟ୍‌ ହତ୍ୟା ମାମଲାରେ ଗୋଆ ପୋଲିସ ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ଡ୍ରଗ୍ସ ଡିଲର ବୋଲି ଜଣାପଡିଛି। ପୋଲିସ ଶନିବାର ରାତିରେ ତାଙ୍କୁ ଗିରଫ କରିଛି। ଡ୍ରଗ୍ସ ଡିଲରଙ୍କୁ ମିଶାଇ ଏପର୍ଯ୍ୟନ୍ତ ୫ ଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଛି।
ପୋଲିସ ପୂର୍ବରୁ ରେଷ୍ଟୁରାଣ୍ଟ ମାଲିକଙ୍କୁ ମଧ୍ୟ ଗିରଫ କରିଛି, ଯେଉଁଠାରେ ଫୋଗଟ୍‌ଙ୍କ ମୃତ୍ୟୁ ପୂର୍ବରୁ ରାତିରେ ପାର୍ଟି ହୋଇଥିଲା। ଗିରଫ ଡ୍ରଗ୍ସ ଡିଲରଙ୍କ ନାମରେ ନାର୍କୋଟିକ ଡ୍ରଗ୍‌ ଏବଂ ସାଇକୋଟ୍ରୋପିକ ପଦାର୍ଥ ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷେ ଗୁରୁବାର ଗିରଫ ହୋଇଥିବା ସୁଧୀର ସଗ୍ବାନ ଏବଂ ସୁଖଓ୍ବିନ୍ଦର ସିଂଙ୍କୁ ୧୦ ଦିନ ପୋଲିସ ହେପାଜତକୁ ପଠାଇ ଦିଆଯାଇଛି।
ପୋଲିସ ରେସ୍ତୋରାଁ କର୍ମଚାରୀ, ଫୋଗଟ୍‌ ରହୁଥିବା ରିସର୍ଟ, ଡାକ୍ତରଖାନା ଯେଉଁଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା ଏବଂ ତାଙ୍କ ଡ୍ରାଇଭରଙ୍କ ସମେତ ୨୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ପଚରାଉଚରା କରିଛି। ଅନ୍ୟପକ୍ଷେ ପୋଲିସ ପ୍ରଥମେ ଫୋଗଟ୍‌ଙ୍କ ମୃତ୍ୟୁ ହୃଦ୍‌ଘାତରେ ଘଟିଥିବା ଅନୁମାନ କରୁଥିଲା। ହେଲେ ପରିବାର ଲୋକେ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ଦାବି କରିଥିଲେ। ପରେ ପୋଲିସ ତତ୍ପରତା ଦେଖାଇ ମାମଲାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ଫୋଗଟ୍‌ଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଫିଟିବାରେ ଲାଗିଛି।
ସୋନାଲି ଫୋଗଟ୍‌ ହତ୍ୟା ମାମଲା ସିବିଆଇକୁ ହସ୍ତାନ୍ତର କରିବାକୁ ଗୋଆ ସରକାରଙ୍କୁ ଚିଠି ଲେଖିବେ ବୋଲି ହରିୟାଣା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଫୋଗଟ୍‌ଙ୍କ ପରିବାର ଚଣ୍ଡିଗଡ଼ରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କୁ ଭେଟିବା ପରେ ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri