Posted inଜାତୀୟ

ସୋନାଲି ଫୋଗାଟ ମୃତ୍ୟୁ ମାମଲା, ହରିୟାଣା ଯିବ ଗୋଆ ପୋଲିସ

ପଣଜୀ,୩୦ ।୮: ଟିକ୍‌ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ଓ ଡ୍ରଗ୍ସ ମାମଲାର ଯାଞ୍ଚ କରିବାକୁ ଗୋଆ ପୋଲିସର ଏକ ଟିମ ମଙ୍ଗଳବାର ହରିୟାଣା ଯିବାର କାର୍ଯ୍ୟକ୍ରମ ରହିଛି । ଗୋଆ ପୋଲିସର ୪ ଜଣିଆ ଟିମ ହରିୟାଣା ଗସ୍ତ କରିବେ । ଗୋଆ ପୋଲିସ ହରିୟାଣାରେ ସୋନାଲିଙ୍କ ଘରକୁ ଯାଇ ପରିବାର ସଦସ୍ୟଙ୍କୁ ପଚରା ଉଚରା କରିବ । ଏହି ଘଟଣାରେ ଅଭିଯୁକ୍ତ ସନ୍ଦିପ ଓ ସୁଖବିନ୍ଦରଙ୍କ ଘରକୁ ବି ଟିମ ଯିବ । ଟଙ୍କା ଓ ସମ୍ପତ୍ତି ସମ୍ପର୍କରେ ପୀଡ଼ିତ ପରିବାରରୁ ସମସ୍ତ ତଥ୍ୟ ସଂଗ୍ରହ କରିବ ପୋଲିସ । ସୋନାଲିଙ୍କ ବ୍ୟାଙ୍କ ଆକାଉଣ୍ଟ ଓ ଲେଣଦେଣର ତଥ୍ୟ ବି ଗୋଆ ପୋଲିସ ଏକାଠି କରିବ । ଇତିମଧ୍ୟରେ ହରିୟାଣା ସରକାର ଗୋଆ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଏହି ମାମଲାର ଯାଞ୍ଚ ସିବିଆଇକୁ ଦେବାକୁ ଅପିଲ କରିଛନ୍ତି । ସୂଚନାଯୋଗ୍ୟ, ସୋନାଲିଙ୍କ ପରିବାର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କୁ ଭେଟି ସମ୍ପୂର୍ଣ୍ଣ ମାମଲାର ଯାଞ୍ଚ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ)କୁ ଦେବାକୁ କହିଥିଲେ । ଏହାପରେ ହରିୟାଣା ସରକାର ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ଏ ସମ୍ପର୍କିତ ଏକ ପତ୍ର ପଠାଇଛନ୍ତି । ତେବେ ହରିୟାଣା ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିବା ପତ୍ରରେ ସୋନାଲିଙ୍କ ପରିବାର ଏକ ବଡ ଅଭିଯୋଗ ଆଣି କହିଛନ୍ତି ସୋନାଲିଙ୍କ ହତ୍ୟାକାଣ୍ଡ ପଛରେ କେତେଜଣ ବଡ ବଡ ଲୋକଙ୍କ ହାତ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri