ମେ’ରେ ସୋନାଲିକାର ୧୩,୭୦୨ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୩।୬: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର ଚଳିତ ବର୍ଷ ମେ’ ମାସରେ ୧୩,୭୦୨ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ୨୦୨୩ ମେ’ ମାସରେ ବ୍ରାଣ୍ଡ୍‌ ୧୧.୪୨%ର ଘରୋଇ ଅଭିବୃଦ୍ଧି ହାସଲ କରିଥିବା ବେଳେ ଶିଳ୍ପ ଅଭିବୃଦ୍ଧିରେ ୪ ଗୁଣ (ହାରାହାରି ୨.୭%) ଅଧିକ । ଅପରପକ୍ଷରେ ବ୍ରାଣ୍ଡ୍‌ ୨୦୨୨ ମେ ମାସରେ ୧୨,୬୧୫ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଥିଲା। ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ରମଣ ମିତ୍ତଲ କହିଛନ୍ତି, ଚଳିତ ବର୍ଷ ମେ’ ମାସରେ ଆମେ ସର୍ବାଧିକ ୧୩,୭୦୨ଟି ଟ୍ରାକର ବିକ୍ରି ସହ ଘରୋଇ ଶିଳ୍ପ ଅଭିବୃଦ୍ଧି ତୁଳନାରେ ୪ ଗୁଣ ଅଧିକ ବୃଦ୍ଧି ହାସଲକରି ଖୁସି ଅନୁଭବ କରୁଛୁ। ଏପରିକି ଏହି ସଫଳତା କୃଷକଙ୍କ ସମୃଦ୍ଧି ପାଇଁ ଭାରତରେ କୃଷି ଭିତ୍ତିଭୂମିକୁ ରୂପାନ୍ତର କରିବା ଓ ଆଗକୁ ବଢ଼ାଇବା ଦିଗରେ କମ୍ପାନୀର ପ୍ରତିବଦ୍ଧତାକୁ ସୂଚିତ କରୁଛି। ସେହିଭଳି ବ୍ରାଣ୍ଡ୍‌ର ଉପତ୍ାଦ ଶୃଙ୍ଖଳା ଓ ସମ୍ବନ୍ଧିତ କୃଷି ଟେକ୍ନୋଲୋଜି କ୍ଷେତ୍ରରେ ଆମର ନିରନ୍ତର ଉନ୍ନତୀକରଣ କମ୍ପାନୀକୁ ପ୍ରଗତିଶୀଳ ଅଭିବୃଦ୍ଧି ହାସଲ କରିବା ପାଇଁ ସଶକ୍ତ କରୁଛି। ବିଶେଷକରି କୃଷକମାନେ ଯେପରି ଉପତ୍ାଦକତା ଓ ଲାଭର ନୂତନ ସ୍ତରରେ ପହଞ୍ଚତ୍ବେ ତାହା ସୁନିଶ୍ଚିତ କରିବା ଜାରି ରଖିବୁ। ଉଲ୍ଲେଖଯୋଗ୍ୟ, ସୋନାଲିକା କୃଷି ଯାନ୍ତ୍ରିକୀକରଣର ବିସ୍ତୃତ ଗ୍ରହଣୀୟତାକୁ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱ ଦେଉଛି। କାରଣ ବର୍ତ୍ତମାନ ସୁଦ୍ଧା ଭାରତରେ ପ୍ରାୟ ୪୫% କୃଷିର ଯାନ୍ତ୍ରିକୀକରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଏସ୍‌ଇଜେଡ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୦ା୫: ଆଦାନୀ ପୋଟର୍ସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ...

ଟାଟା ଷ୍ଟିଲ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୦ା୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌ ନିକଟରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଉଲ୍ଲେଖଯୋଗ୍ୟ,...

ଡାବର ଇଣ୍ଡିଆର ନୂତନ ଅଭିଯାନ

ଭୁବନେଶ୍ୱର,୧୦ା୫ (ଅଭୟ ଦାଶ): ଡାବର ଇଣ୍ଡିଆ ଲିମିଟେଡ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଅଗ୍ରଣୀ ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌ ଡାବର ଗ୍ଲୁକୋଜ ପକ୍ଷରୁ...

ଆଜି ଅକ୍ଷୟତୃତୀୟା

ଭୁବନେଶ୍ୱର,୧୦ା୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଘରୋଇ ବଜାରର ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ‘ଅକ୍ଷୟ ତୃତୀୟା ମହୋତ୍ସବ’ର ଆୟୋଜନ କରାଯାଇଛି। ଅକ୍ଷୟ ତୃତୀୟା ଉପଲକ୍ଷେ...

ଏପ୍ରିଲରେ ହୋଣ୍ଡାର ୧୦,୮୬୭ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୧୦ା୫:  ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ମାସିକ ଗାଡ଼ି ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ୨୦୨୪ ଏପ୍ରିଲରେ କମ୍ପାନୀ ମୋଟ ୧୦,୮୬୭ ୟୁନିଟ୍‌...

ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି

ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ...

୬୦୦ ପଏଣ୍ଟ ଖସିଲା ସେନ୍‌ସେକ୍ସ, ୨ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୯।୫: ଗୁରୁବାର ଅପରାହ୍ନ ବାଣିଜ୍ୟ ସେସନ୍‌ରେ ଉଭୟ ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇବାରୁ ନିବେଶକମାନେ 2 ଲକ୍ଷ କୋଟିରୁ ଅଧିକ ଟଙ୍କା କ୍ଷ୍ୟତି ସହିଛନ୍ତି।...

ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?

ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri