ସୋନାଲିକାର ରେକର୍ଡ ପରିମାଣର ବିକ୍ରି

ଭୁବନେଶ୍ୱର,୨୧।୧୦: ପ୍ରତି ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷର ପ୍ରଥମ ଅର୍ଦ୍ଧବାର୍ଷିକ ମଧ୍ୟରେ ସୋନାଲିକା ରେକର୍ଡ ପରିମାଣର ଟ୍ରାକ୍ଟର ବିକ୍ରି କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ୬ ମାସରେ ସୋନାଲିକା ମୋଟ ୭୮,୭୯୩ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ହେଭି ଡ୍ୟୁଟି ଟ୍ରାକ୍ଟର ରେଞ୍ଜ ଉପତ୍ାଦନ ସମେତ ଅଫିସିଆଲ ୱେବ୍‌ସାଇଟ୍‌ରେ ଟ୍ରାକ୍ଟର ମୂଲ୍ୟ ପ୍ରଦର୍ଶିତ କରିବା ଭଳି ବୈପ୍ଲବିକ ପଦକ୍ଷେପ ଗ୍ରହଣକରି ସୋନାଲିକା ଟ୍ରାକ୍ଟର ଉଦ୍ୟୋଗରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିସାରିଛି। ଏ ସମ୍ପର୍କରେ କମ୍ପାନୀର ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡ୍‌ର ଜଏଣ୍ଟ ମ୍ୟାନେଜିଂ ଡାଇରେକ୍ଟର ରମଣ ମିତ୍ତଲ କହିଛନ୍ତି, ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧ (୬ ମାସ)ରେ ଆମେ ୭୮,୭୯୩ ଟ୍ରାକ୍ଟର ବିକ୍ରିକରି ଉଦ୍ୟୋଗରେ ସର୍ବାଧିକ ଘରୋଇ ବିକ୍ରି ଅଭିବୃଦ୍ଧି ହାସଲ କରିଛୁ। ଏପରିକି ବଜାରରେ ପ୍ରଭାବଶାଳୀ ପ୍ରଦର୍ଶନ ସହ କମ୍ପାନୀ ଆଉ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ୨୦୨୩ ସେପ୍ଟେମ୍ବରରେ ଆମେ ୧୫.୮% ର ସର୍ବାଧିକ ବଜାର ଅଂଶ ମଧ୍ୟ ହାସଲ କରିଛୁ। ଏହି ଦମ୍‌ଦାର ପ୍ରଦର୍ଶନ ସହ କୃଷକଙ୍କ ପାଇଁ ଅଧିକ ଆନନ୍ଦ ଆଣିବା ଲାଗି ଆମେ ନିକଟରେ ‘୫ ବର୍ଷ ୱାରେଣ୍ଟି’ର ଶୁଭାରମ୍ଭ କରିଛୁ, ଯାହା କୃଷକମାନଙ୍କ ସହ ଆମ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ନୂତନ ବଜାରରେ ପ୍ରବେଶ କରିବାରେ ସକ୍ଷମ କରିବ। ସେହିଭଳି ଆମର ହେଭି ଡ୍ୟୁଟି ଟ୍ରାକ୍ଟର ରେଞ୍ଜଗୁଡ଼ିକ କୃଷକଙ୍କ ସନ୍ତୋଷ ବୃଦ୍ଧି ଏବଂ ଉପତ୍ାଦକତା, ସମୃଦ୍ଧି ଓ ଜୀବନରେ ସ୍ଥାୟୀ ବୃଦ୍ଧି ସୁନିଶ୍ଚିତ କରିବା ନିମନ୍ତେ କଷ୍ଟମାଇଜ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri