ସୋନମଙ୍କ ପୁଅଙ୍କୁ ଦେଖି ଭାବପ୍ରବଣ ହେଲେ ରିଆ

ବଲିଉଡ ଅଭିନେତ୍ରୀ ସୋନମ କପୁର ନିକଟରେ ପୁତ୍ର ସନ୍ତାନର ଜନନୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ନିଜେ ସୋନମ କପୁର ଇନଷ୍ଟାଗ୍ରାମରେ ଏହି ଖୁସି ଖବରକୁ ଗୋଟିଏ ପୋଷ୍ଟ ମାଧ୍ୟମରେ ତାଙ୍କ ଫ୍ୟାନ ଓ ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ସୋନମ ମା’ ହୋଇଥିବାରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଏବେ ହସ୍ପିଟାଲ ବେଡ୍‌ରୁ ସୋନମ କପୁରଙ୍କ ଭଉଣୀ ରିଆ ପୁଅର ଫଟୋ ଶେୟାର କରିଛନ୍ତି। ସେ ଫଟୋରେ ପୁଅର ମୁହଁ ଉପରେ ଇମୋଜି ଦେଇଛନ୍ତି। ସେ ପୁଅକୁ ଦେଖି ଭାବପ୍ରବଣ ହୋଇପଡିଛନ୍ତି। ପାଖରେ ସୋନମଙ୍କ ମା’ ସୁନୀତା କପୁର ମଧ୍ୟ ନଜର ଆସିଛନ୍ତି।
ନିକଟରେ ସୋନମ ଓ ତାଙ୍କ ସ୍ବାମୀ ଆନନ୍ଦ ଆହୁଜା ମିଳିତ ଭାବେ ଜାରି କରିଥିବା ବିବୃତିରେ କହିଛନ୍ତି, ଆଜି ଅର୍ଥାତ ୨୦.୦୮.୨୦୨୨ରେ ଆମେ ଆମର ସୁନ୍ଦର ପୁତ୍ର ସନ୍ତାନକୁ ସହୃଦୟର ସହ ସ୍ବାଗତ କରିଛୁ। ଏହି ଯାତ୍ରାରେ ଆମକୁ ସହଯୋଗ କରିଥିବା ସମସ୍ତ ଡାକ୍ତର, ନର୍ସ, ବନ୍ଧୁ ଓ ପରିବାର ଲୋକଙ୍କୁ ଧନ୍ୟବାଦ ଜଣାଉଛୁ। ଏହା ଆରମ୍ଭ ମାତ୍ର। କିନ୍ତୁ ଆମେ ଜାଣିଛୁ ଆମ ଜୀବନ ସବୁଦିନ ପାଇଁ ବଦଳି ଯାଇଛି ବୋଲି ଉଭୟ କହିଛନ୍ତି।
ସୋନମ ଓ ଆନନ୍ଦ ବେଶ କିଛି ବର୍ଷ ପରସ୍ପରକୁ ଡେଟିଂ କରିବା ପରେ ୨୦୧୮ ମେ’ ମାସରେ ବିବାହ କରିଥିଲେ। ମୁମ୍ବାଇରେ ସେମାନଙ୍କ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆନନ୍ଦ ଜଣେ ବ୍ୟବସାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri