ପୁଣି ମା’ ହେବେ ସୋନମ? ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା 

ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ବରିଷ୍ଠ ଅଭିନେତା ଅନିଲ କପୁରଙ୍କ ଝିଅ ସୋନମ କପୁର ପୁଣି ଚର୍ଚ୍ଚାରେ। ୨୦୧୮ ମସିହାରେ ତାଙ୍କ ଦୀର୍ଘ ଦିନର ପ୍ରେମିକ ଆନନ୍ଦ ଆହୂଜାଙ୍କୁ ବିବାହ କରିଥିଲେ। ବିବାହର ପ୍ରାୟ ୪ ବର୍ଷ ପରେ ସୋନମ ଏବଂ ଆନନ୍ଦ ଆହୂଜା ସେମାନଙ୍କର ପ୍ରଥମ ସନ୍ତାନକୁ ସ୍ବାଗତ କରିଥିଲେ। ପୁତ୍ର ବାୟୁର ଜନ୍ମ ପରେ ସୋନମ କପୁର ତାଙ୍କ ବୈବାହିକ ଜୀବନରେ ବ୍ୟସ୍ତ ଅଛନ୍ତି। ଏବେ ସୋନମଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଯାହାକୁ ନେଇ ପ୍ରଶଂସକଙ୍କ ଖୁସିର ସୀମା ନାହିଁ। ସୋନମ କପୁର ଏବଂ ଆନନ୍ଦ ଆହୂଜା କଥିତ ଭାବେ ପୁନର୍ବାର ପିତାମାତା ହେବାକୁ ପ୍ରସ୍ତୁତ ଅଛନ୍ତି। ଏହି ଖବର ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଭାଇରାଲ ହେବା ଆରମ୍ଭ ହୋଇଛି।
ପିଙ୍କଭିଲାର ଏକ ରିପୋର୍ଟ ଅନୁଯାୟୀ, ସୋନମ ଏବଂ ଆନନ୍ଦ ସେମାନଙ୍କର ଦ୍ୱିତୀୟ ସନ୍ତାନକୁ ସ୍ବାଗତ କରିବାକୁ ଯାଉଛନ୍ତି। ସୋନମ ଏବେ ଦ୍ୱିତୀୟ ତ୍ରୈମାସିକରେ ଅଛନ୍ତି। ଦୁହେଁ ଆଗାମୀ କିଛି ଦିନ ମଧ୍ୟରେ ଏନେଇ ପ୍ରଶଂସକଙ୍କୁ ଜଣାଇପାରନ୍ତି।
ସୋନମ ଏବଂ ଆନନ୍ଦ ଏକ ପୁତ୍ର ବାୟୁର ପିତାମାତା ଅଛନ୍ତି। ବାୟୁର ଜନ୍ମ ୨୦୨୨ ମସିହାରେ ହୋଇଥିଲା। ସୋନମ କପୁରଙ୍କ ଗର୍ଭବତୀ ହେବାର ଖବର ଶୁଣିବା ପରେ ପ୍ରଶଂସକମାନେ ସୋସିଆଲ ମିଡିଆରେ ଏହି ଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇବା ଆରମ୍ଭ କରିଛନ୍ତି।
ସୋନମଙ୍କ କାର୍ଯ୍ୟକ୍ଷେତ୍ର ବିଷୟରେ କହିବାକୁ ଗଲେ, ପୁତ୍ର ବାୟୁର ଜନ୍ମ ପରେ ଅଭିନେତ୍ରୀ ଅଭିନୟଜଗତରେ ଅଧିକ ସକ୍ରିୟ ନାହାନ୍ତି। ତାଙ୍କୁ ଶେଷ ଥର ପାଇଁ ‘ଦ ଜୋୟା ଫ୍ୟାକ୍ଟର’ ଚଳଚ୍ଚିତ୍ରରେ ଦେଖାଯାଇଥିଲା। ଏହା ପରେ ୨୦୨୩ ମସିହାରେ ତାଙ୍କ ଚଳଚ୍ଚିତ୍ର ‘ବ୍ଲିଙ୍କ’ ରିଲିଜ ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri