Posted inଜାତୀୟ

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭:  ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ ଶୁଣାଣି କରିବେ ା ଏନ୍‌ଇଇଟି ପରୀକ୍ଷାର ଅନିୟମିତତା ବିରୋଧରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିକରି ‘କକ୍ରୋଚ ଜନତା ପାର୍ଟି’ ପକ୍ଷରୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ସେ ଗତ ଜୁନ ୨୮ରୁ ଆମରଣ ଅନଶନରେ ଅଛନ୍ତି ା ଅନଶନ ଯୋଗୁ ପ୍ରାୟ ୮.୯ କେଜି ଓଜନ ହରାଇବା ସହ ବାରମ୍ୱାର ଲୋ ବ୍ଲଡ ସୁଗାର, ମୁଣ୍ଡ ବୁଲାଇବା ଏବଂ ଅତ୍ୟଧିକ ଶାରୀରିକ ଦୁର୍ୱଳତାର ଶିକାର ହୋଇଛନ୍ତି ା ସ୍ଥିତିକୁ ଦୃଷ୍ଟିରେ ରଖି ତାଙ୍କୁ ତୁରନ୍ତ ଜୀବନ ରକ୍ଷାକାରୀ ଔଷଧ ଯୋଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି ା ଓକିଲମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲିଥିଲେ ହେଁ ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ମୁଖ୍ୟ ବିଚାରପତି ଡି.କେ. ଉପାଧ୍ୟାୟ ଏବଂ ବିଚାରପତି ତେଜସ କାରିଆଙ୍କ ଖଣ୍ଡପୀଠ ଗୁରୁବାର ଏହାର ଶୁଣାଣି କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି ଏବଂ ଏଥିସହ ଦିଲ୍ଲୀ ଓ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଆବେଦନକାରୀ ଆଡ୍‌ଭୋକେଟ ରାକେଶ କୁମାର ସୈନି କୋର୍ଟଙ୍କୁ ଜଣାଇଛନ୍ତ ଯେ, ସମଗ୍ର ଦେଶ ଆଗରେ ଜଣେ ସଚେତନ ନାଗରିକଙ୍କ ଜୀବନ ସଙ୍କଟରେ ପଡ଼ିବା ଦୁର୍ଭାଗ୍ୟଜନକ। ଏହି ଆବେଦନ ଜରିଆରେ ସେ ସୋନମ୍‌ ଓ୍ୱାଙ୍ଗଚୁକଙ୍କୁ ତୁରନ୍ତ ଜୀବନ ରକ୍ଷାକାରୀ ଜରୁରୀ ଚିକିତ୍ସା ଯୋଗାଇବା, ଆବଶ୍ୟକ ସ୍ଥଳେ ଜବରଦସ୍ତି ଖାଦ୍ୟ ଦେବା ଏବଂ ସରକାର ତୁରନ୍ତ ତାଙ୍କ ସହ ଆଲୋଚନା କରି ଏହି ସମସ୍ୟାର ସମାଧାନ କରିବାକୁ ଦାବି କରିଛନ୍ତି ା

ଏନ୍‌ଇଇଟି ଏବଂ ଅନ୍ୟାନ୍ୟ ପରୀକ୍ଷା ବ୍ୟବସ୍ଥାରେ ଅନିୟମିତତା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଆକ୍ଟିଭିଷ୍ଟ ସୋନମ୍‌ ଓ୍ୱାଙ୍ଗ୍‌ଚୁକ୍‌ ଦିଲ୍ଲୀର ଯନ୍ତରମନ୍ତରରେ ଚଳାଇଥିବା ଅନଶନ ବୁଧବାର ୧୮ ଦିନ ପୂରଣ କରିଥିବାବେଳେ ସରକାର ତାଙ୍କୁ ଅଣଦେଖା କରିବା ଓ ବିକ୍ଷୋଭକାରୀଙ୍କ ସହ ଆଲୋଚନା କରିବାକୁ ମନା କରିଦେବା ନିଷ୍ଠୁରତା ବୋଲି କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା ଅଭିଜିତ୍‌ ଦୀପ୍‌କେ ଅଭିଯୋଗ କରିଛନ୍ତି। ଏନ୍‌ଇଇଟି-ୟୁଜି ପରୀକ୍ଷା ଅନିୟମିତତା ବିରୋଧରେ ଯନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବୁଧବାର ୨୬ତମ ଦିନରେ ପହଞ୍ଚତ୍ଛି। ପରୀକ୍ଷା ଅନିୟମିତତାକୁ ନେଇ ଆତ୍ମହତ୍ୟା କରିଥିବା ଛାତ୍ରୀଛାତ୍ରଙ୍କୁ ନ୍ୟାୟ ଦାବିରେ ଜୀବନକୁ ବାଜି ଲଗାଇଥିବା ଓ୍ୱାଙ୍ଗ୍‌ଚୁକ୍‌ଙ୍କ ପାଇଁ ସରକାର ଏପର୍ଯ୍ୟନ୍ତ ମୁହଁ ଖୋଲୁନାହାନ୍ତି। ସରକାର କେବଳ ଉତ୍ତରଦାୟୀ ନୁହନ୍ତି, ନିର୍ଦ୍ଦୟ ମଧ୍ୟ ବୋଲି ଦୀପ୍‌କେ xରେ ଲେଖିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ’ଣ ପାଇଁ ଆଲୋଚନା କରିବାକୁ ମନା କରୁଛନ୍ତି ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି ଏପର୍ଯ୍ୟନ୍ତ ନିଜକୁ ଉତ୍ତରଦାୟୀ କରୁନାହାନ୍ତି ପ୍ରଶ୍ନର ଉତ୍ତର ମିଳିବା ଆବଶ୍ୟକ ବୋଲି ଦୀପ୍‌କେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri