Posted inଜାତୀୟ

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ ଆସିଛି। ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ଅଛି ବୋଲିି କୁହାଯାଉଛି, କିନ୍ତୁ ଡାକ୍ତରଙ୍କ ନଜରବନ୍ଦୀ ଜାରି ରହିଛି। ଅନ୍ୟପକ୍ଷରେ ରକ୍ତରେ ଶର୍କରାର ପରିମାଣ (ବ୍ଲଡ ସୁଗାର୍‌) ଏବେ ମଧ୍ୟ ସାଧାରଣଠାରୁ କମ୍‌ ରହିଛି।

ଏହା ବ୍ୟତୀତ ପୋଟାସିୟମ ସ୍ତର ୩.୨ mEq/L, ରକ୍ତ ପରୀକ୍ଷାରେ ଆନିମିଆ (ରକ୍ତହୀନତା) ଏବଂ ଶ୍ୱେତ ରକ୍ତ କଣିକା (ସଫେଦ ରକ୍ତ କୋଷ) ମଧ୍ୟ କମ୍‌ ମିଳିଛି। ଡାକ୍ତରଙ୍କ କହିବାନୁଯାୟୀ, କ୍ରମାଗତ ଯାଞ୍ଚ ଏବଂ ତଦାରଖ କରିବା ଜରୁରୀ ଅଛି। ଏହି ସମୟରେ ୱାଙ୍ଗଚୁକ ଓଆର୍‌ଏସ (ORS) ଏବଂ ପୋଟାସିୟମ ଔଷଧ ନେଉଛନ୍ତି। ତଥାପି, ଡାକ୍ତରଙ୍କ ପରାମର୍ଶ ସତ୍ତ୍ୱେ ସେ ଆଇଭି ଫ୍ଲୁଇଡ (IV fluid) ଏବଂ ଗ୍ଲୁକୋଜ ନେବାକୁ ମନା କରିଦେଇଛନ୍ତି।

ଦୀର୍ଘ ସମୟ ଧରି ଉପବାସ ଏବଂ ଶରୀରରେ ଜଳ ଅଭାବକୁ ଦୃଷ୍ଟିରେ ରଖି ଡାକ୍ତରମାନେ କ୍ରମାଗତ ଭାବରେ ତାଙ୍କ ସୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲ ଏବଂ ଏମ୍ସ (AIIMS) ର ବିଶେଷଜ୍ଞ ଟିମ ଚିକିତ୍ସା କରୁଛନ୍ତି। ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ ଆବଶ୍ୟକୀୟ ସମସ୍ତ ଚିକିତ୍ସା ଯାଇଯାଉଛି ଏବଂ ସ୍ବାସ୍ଥ୍ୟାବସ୍ଥା ଉପରେ କ୍ରମାଗତ ନଜର ରଖାଯାଇଛି।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri