ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ ପ୍ରଦର୍ଶନ କରିଛନ୍ତି। ଜାତୀୟ ଯୋଗ୍ୟତା-ତଥା-ପ୍ରବେଶିକା ପରୀକ୍ଷା (NEET) ରେ ଗଣ୍ଡଗୋଳ ଏବଂ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ଦାବିରେ ୱାଙ୍ଗଚୁକ ଦିଲ୍ଲୀରେ ଆମରଣ ଅନଶନରେ ବସିଛନ୍ତି।

‘ହିନ୍ଦୁଜ ଫର ହ୍ୟୁମାନ ରାଇଟ୍ସ’ (Hindus for Human Rights) ର କର୍ମକର୍ତ୍ତାମାନେ ସୋମବାର ସନ୍ଧ୍ୟାରେ ନ୍ୟୁୟର୍କ ସହରର ୟୁନିୟନ ସ୍କୋୟାର ଏବଂ ସାନ ହୋଜେରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକାଠି ହୋଇଥିଲେ। ସେମାନେ ହାତରେ ପ୍ଲାକାର୍ଡ ଧରିଥିଲେ, ଯେଉଁଥିରେ ୱାଙ୍ଗଚୁକଙ୍କ ସମର୍ଥନରେ ନାରା ଲେଖାଯାଇଥିଲା। କର୍ମକର୍ତ୍ତାମାନେ ଭାରତ ସରକାରଙ୍କ ବିରୋଧରେ ମଧ୍ୟ ନାରାବାଜି କରିଥିଲେ ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଥିଲେ।

‘ହିନ୍ଦୁଜ ଫର ହ୍ୟୁମାନ ରାଇଟ୍ସ’ (Hindus for Human Rights) ମଙ୍ଗଳବାର ଜାରି କରିଥିବା ଏକ ବିବୃତ୍ତିରେ କହିଛି ଯେ ଲଣ୍ଡନସ୍ଥିତ ଭାରତୀୟ ହାଇକମିସନ ଏବଂ ଡବ୍ଲିନ୍ସ୍ଥିତ ଭାରତୀୟ ଦୂତାବାସ ବାହାରେ ମଧ୍ୟ ଏହିପରି ପ୍ରଦର୍ଶନ କରାଯାଇଛି। ବିବୃତ୍ତିରେ କୁହାଯାଇଛି, ”ଆମର ପ୍ରଦର୍ଶନଗୁଡ଼ିକ ଏକ ସ୍ପଷ୍ଟ ସନ୍ଦେଶ ଦେଇଛି ଯେ ତାହାନ୍ୟୁୟର୍କ ହେଉ କିମ୍ବା ଲଣ୍ଡନ, ସାନ ହୋଜେ ହେଉ କିମ୍ବା ଡବ୍ଲିନ, ଭାରତର ଛାତ୍ରୀଛାତ୍ରଙ୍କ ସହିତ ନିରପେକ୍ଷତା ଏବଂ ସମ୍ମାନର ସହିତ ବ୍ୟବହାର କରାଯିବା ଉଚିତ୍‌“

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?