Posted inଜାତୀୟ

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ବିଭିନ୍ନ ଦାବିକୁ ନେଇ ସେ ଏହି ପ୍ରଦର୍ଶନ କରୁଛନ୍ତି। ତେବେ ଦୀର୍ଘ ଦିନର ଅନଶନ ଯୋଗୁ ତାଙ୍କ ଶରୀର ଅତି ଦୁର୍ବଳ ହୋଇପଡ଼ିଥିବା ବେଳେ ତାଙ୍କ ଜୀବନ ରକ୍ଷା ପାଇଁ ଏବେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଜଣେ କର୍ମକର୍ତ୍ତା। ଆଇନଜୀବୀ ରାକେଶ କୁମାର ସୈନୀଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟରେ ଏକ ଜନହିତ ମାମଲା (PIL) ଦାୟର କରାଯାଇଛି। ଏହି ଆବେଦନରେ ଦର୍ଶାଯାଇଛି ଯେ, ଯଦି ସୋନମ ୱାଙ୍ଗଚୁକଙ୍କ ଏହି ଅନଶନ ଜାରି ରହେ, ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ତାଙ୍କ ଜୀବନ ଚାଲିଯାଇପାରେ। ତେଣୁ କୋର୍ଟ ତୁରନ୍ତ କେନ୍ଦ୍ର ସରକାର ଏବଂ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଦେଇ ୱାଙ୍ଗଚୁକଙ୍କୁ ମେଡିକାଲରେ ଭର୍ତ୍ତି କରାନ୍ତୁ ଏବଂ ଜବରଦସ୍ତ ତରଳ ଖାଦ୍ୟ (Force-feeding) ଦେଇ ତାଙ୍କ ଜୀବନ ରକ୍ଷା କରନ୍ତୁ।

ଆନ୍ଦୋଳନକାରୀଙ୍କ ସୂଚନା ମୁତାବକ, ଅନଶନ ଯୋଗୁ ସୋନମ ୱାଙ୍ଗଚୁକଙ୍କ ଓଜନ ପ୍ରାୟ ୮.୫ କିଲୋଗ୍ରାମ ହ୍ରାସ ପାଇଛି। ତାଙ୍କ ରକ୍ତଚାପ (Blood Pressure) ହ୍ରାସ ପାଇ ୧୦୭/୭୦ mmHg ଏବଂ ରକ୍ତରେ ଶର୍କରା ପରିମାଣ (Blood Sugar) ମାତ୍ର ୬୭ ମିଲିଗ୍ରାମ ପ୍ରତି ଡେସିଲିଟରକୁ ଖସି ଆସିଛି। ଏହି ପରିସ୍ଥିତିରେ ଯଦି ତାଙ୍କର କିଛି ଅଘଟଣ ଘଟେ, ତେବେ ତାହା ସାରା ଦେଶ ଏବଂ ବିଶ୍ୱ ପାଇଁ ଅତି ଲଜ୍ଜାଜନକ ବିଷୟ ହେବ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି।

ଏନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ଯେ, ଆନ୍ଦୋଳନକାରୀଙ୍କ ଦାବି ଉପରେ ସରକାର ଗମ୍ଭୀରତା ସହ ବିଚାର କରନ୍ତୁ, କାରଣ ଏବେ ଜଣେ ମହାନ ବ୍ୟକ୍ତିଙ୍କ ଜୀବନ ବାଜିରେ ଲାଗିଛି।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri