Posted inଫୁରସତ

ଭାରତରୁ ପ୍ରତିନିଧିତ୍ୱ କରିବେ ସୋନମ

ଲଣ୍ଡନ: ବ୍ରିଟେନ୍‌-ଇଣ୍ଡିଆ ଓ୍ବିକ୍‌ ୨୦୨୩ ରିସେପ୍ସନ୍‌ରେ ଯୋଗ ଦେବା ଲାଗି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ବଲିଉଡ୍‌ ଅଭିନେତ୍ରୀ ସୋନମ କପୁରଙ୍କୁ ନିମନ୍ତ୍ରଣ କରିଛନ୍ତି। ଖବର ମୁତାବକ ଆୟୋଜିତ ରିସେପ୍ସନ୍‌ କାର୍ଯ୍ୟକ୍ରମରେ ଭାରତ ପକ୍ଷରୁ ସୋନମ ପ୍ରତିନିଧିତ୍ୱ କରିବେ। ଏହାପୂର୍ବରୁ ବ୍ରିଟେନ୍‌ର କିଙ୍ଗ୍‌ ଚାଲର୍‌ସ ୩ୟଙ୍କ ରାଜ୍ୟାଭିଷେକ ଅବସରରେ ସୋନମ ଏକମାତ୍ର ବଲିଉଡ୍‌ ଅଭିନେତ୍ରୀ ଭାବେ ଯୋଗଦେଇଥିଲେ। ବ୍ରିଟେନ୍‌-ଇଣ୍ଡିଆ ଓ୍ବିକ୍‌ ୨୦୨୩ ରିସେପ୍ସନ୍‌ କାର୍ଯ୍ୟକ୍ରମ ଋଷି ସୁନକ ହୋଷ୍ଟ କରୁଛନ୍ତି। ୨୬ରୁ ଆରମ୍ଭ ହୋଇଥିବା ରିସେପ୍ସନ୍‌ ୩୦ ପର୍ଯ୍ୟନ୍ତ ଚାଲିବ। ସ୍ବାମୀ ଆନନ୍ଦ ଆହୁଜା, ପୁଅ ବାୟୁ ସହିତ ସୋନମ ଏବେ ଲଣ୍ଡନରେ ରହୁଛନ୍ତି। ପୂର୍ବରୁ ଚାଲର୍‌ସଙ୍କ ରାଜ୍ୟାଭିଷେକ କାର୍ଯ୍ୟକ୍ରମରେ ଯୋଗଦେଇ ସୋନମ ଭାରତ ସମ୍ପର୍କରେ ଲୋକଙ୍କୁ ଉଦ୍‌ବୋଧନ ଦେଇଥିଲେ। ଆଗାମୀ ଦିନରେ ସୋନମ ଶୋମ ମଖିଜାଙ୍କ ଫିଲ୍ମ ‘ବ୍ଲାଇଣ୍ଡ’ରେ ନଜର ଆସିବେ। ଏଥିରେ ପୂରବ କୋହଲି, ବିନୟ ପାଠକ, ଶୁଭମ ସରଫ ପ୍ରମୁଖ କଳାକାରଙ୍କୁ ମଧ୍ୟ ଦେଖିବାକୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

ଡାକ୍ତର ଆନ୍ଦୋଳନ: ଚିକିତ୍ସା ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ

ଖଡ଼ିଆଳ,୪ା୭ (ସୁଜିତ କୁମାର ପ୍ରଧାନ)- ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ଠିକ୍‌ ସମୟରେ ଚିକିତ୍ସା ନ ପାଇ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ବିଧାୟକଙ୍କ ନାଁରେ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri