ସୋନମଙ୍କ ବିଳାସପୂର୍ଣ୍ଣ ଘର

ନୂଆଦିଲ୍ଲୀ: ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ସୋନମ କପୁର ବିଳାସପୂର୍ଣ୍ଣ ଜୀବନ ଶୈଳୀ ପାଇଁ ସମ୍ବାଦରେ ଅଧିକ ଥାଆନ୍ତି। ମହଙ୍ଗା ପୋଷାକ, କାର କିମ୍ବା ଘର ହେଉ, ସେ ପ୍ରତିଦିନ ନିଜର ବିଳାସପୂର୍ଣ୍ଣ ଜୀବନ ଶୈଳୀକୁ ତାଙ୍କ ପ୍ରଶଂସକଙ୍କୁ ଦେଖାଇଥାନ୍ତି । ଏବେ ସୋନମ୍‌ ତାଙ୍କ ଦିଲ୍ଲୀ ଘରର ଝଲକ ନିଜ ପ୍ରଶଂସକ ମାନଙ୍କୁ ସାମାଜିକ ଗଣମାଧ୍ୟମରେ ଦେଖାଇଛନ୍ତି। କେବଳ ଦିଲ୍ଲୀ ନୁହେଁ ସୋନମ୍‌ଙ୍କର ମୁମ୍ବାଇ ଏବଂ ଲଣ୍ଡନରେ ମଧ୍ୟ ବିଳାସପୂର୍ଣ୍ଣ ଘର ଅଛି। ସେ ମୁମ୍ବାଇ ଏବଂ ଲଣ୍ଡନକୁ ଲଗାତାର ଯିବାଆସିବା କରୁଥିବା ବେଳେ କେବେ କେବେ ଦିଲ୍ଲୀ ଘରେ ମଧ୍ୟ ସମୟ ବିତାଇଥାନ୍ତି। ସେ ନିଜ ବିଳାସପୂର୍ଣ୍ଣ ଘରର ଫଟୋ ମଧ୍ୟ ଶେୟାର କରିଛନ୍ତି। ଏହି ପାର୍ଟିର ଆୟୋଜନରେ ତାଙ୍କୁ ସହଯୋଗ କରିଥିବାରୁ ସେ ତାଙ୍କର ସହଯୋଗୀମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ସେହିପରି ନିଜେ ପିନ୍ଧିଥିବା ବିଶେଷ ଡିଜାଇନର ପୋଷାକ ପାଇଁ ସେ ତାଙ୍କ ବନ୍ଧୁ କୁନାଲ ରାୱାଲଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହା ତାଙ୍କର ପ୍ରିୟ ପୋଷାକ ହୋଇଥିବା ସେ ନିଜ ପ୍ରଶଂସକଙ୍କୁ ଜଣାଇଥିଲେ। ସେହିପରି ସାମାଜିକ ଗଣମାଧ୍ୟମରେ ଅଭିନେତ୍ରୀ ତାଙ୍କ ଡାଇନିଂ ଟେବୁଲର ଝଲକ ଦେଖାଇଛନ୍ତି। କାଠରେ ତିଆରି ଏହି ଡାଇନିଂ ଟେବୁଲକୁ ମହମବତି, ରୂପା ହାତୀ ମୂର୍ତ୍ତି ଏବଂ ନାଲି ପତ୍ର ସହିତ ସଜାଯାଇଛି । ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଦିଲ୍ଲୀର ପ୍ରୀତିରାଜ ରୋଡରେ ଅବସ୍ଥିତ ସୋନମ କପୁର ଏବଂ ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ଏହି ବିଳାସପୂର୍ଣ୍ଣ ଘରର ମୂଲ୍ୟ ପ୍ରାୟ ୧୭୩ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri