ସୋନପୁର କଲେଜକୁ ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା

ସୋନପୁର,୧୦।୩(ନି.ପ୍ର.): ସୋନପୁର କଲେଜ ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ। ୧୯୬୪ ମସିହାରେ ଏହି କଲେଜ ସ୍ଥାପିତ ହୋଇଥିଲା। ଇତିମଧ୍ୟରେ ୫୯ ବର୍ଷ ବିତିଯାଇଛି। ହେଲେ ସୋନପୁର କଲେଜକୁ ନା ପୂର୍ଣ୍ଣ ସରକାରୀ ମାନ୍ୟତା ମିଳିଛି ନା ସ୍ବୟଂଶାସିତ ମାନ୍ୟତା ମିଳିଛି। ପଶ୍ଚିମ ଓଡିଶାର ଏହି ପୁରାତନ କଲେଜକୁ ପୂର୍ଣ୍ଣ ସରକାରୀ ଏବଂ ସ୍ବୟଂଶାସିତ କଲେଜ ମାନ୍ୟତା ପ୍ରଦାନ ପାଇଁ ଦାବି ହେଉଥିଲେ ମଧ୍ୟ ତାହା ଅଦ୍ୟାବଧି ପୂରଣ ହୋଇନାହିଁ। ଖ୍ୟାତି ସମ୍ପନ୍ନ ଏହି ପୁରାତନ କଲେଜର ଶିକ୍ଷାଦାନ କ୍ଷେତ୍ରରେ ପଶ୍ଚିମ ଓଡିଶାରେ ସ୍ବତନ୍ତ୍ର ପରିଚୟ ରହିଛି। ଏଠାରେ ପାଠ ପଢିବା ପାଇଁ ଛାତ୍ରୀଛାତ୍ର ଅଧିକ ଆଗ୍ରହ ପ୍ରକାଶ କରିଥାନ୍ତି। ସୋନପୁର କଲେଜର ଭିତ୍ତିଭୂମି ସୁଦୃଢ ରହିଛି। ସମସ୍ତ ମାନଦଣ୍ଡ ଥାଇ ବି ଏ ପର୍ଯ୍ୟନ୍ତ ପୂର୍ଣ୍ଣ ସରକାରୀ ମାନ୍ୟତା ତଥା ସ୍ବୟଂଶାସିତ ମାନ୍ୟତା ନ ମିଳିବା ଅସନ୍ତୋଷର କାରଣ ହୋଇଛି। ଏହି ଉଚ୍ଚଶିକ୍ଷାନୁଷ୍ଠାନ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଠନ କରିଛି। ଦାବି ପୂରଣ କରାଗଲେ ଶିକ୍ଷାର ବିକାଶ ସହିତ କଲେଜର ଅଧିକ ଉନ୍ନତି ହୋଇପାରନ୍ତା ବୋଲି ମତପ୍ରକାଶ ପାଇଛି। କଲେଜରେ ଯୁକ୍ତ ଦୁଇ ଓ ଯୁକ୍ତ ତିନିର କଳା, ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ରହିଛି। ୨ ହଜାରରୁ ଅଧିକ ଛାତ୍ରୀଛାତ୍ର ଏଠାରେ ଅଧ୍ୟୟନ କରୁଛନ୍ତି। ତେବେ ପୂର୍ଣ୍ଣ ସରକାରୀ ତଥା ସ୍ବୟଂଶାସିତ ମାନ୍ୟତା ପାଇ ନ ଥିବାରୁ କଲେଜରେ ଆବଶ୍ୟକ ଅଧ୍ୟାପକ ଓ କର୍ମଚାରୀ ପଦ ପୂରଣ ହୋଇ ପାରିନାହିଁ। ଏହି କଲେଜରୁ ପାଠ ପଢି ବିଭିନ୍ନ ଉଚ୍ଚ ପଦ ପଦବୀରେ ନିଯୁକ୍ତି ପାଇଛନ୍ତି । କଲେଜର ଭିତ୍ତିଭୂମିକୁ ଦେଖିଲେ ସବୁ ଦୃଷ୍ଟିରୁ ଏହାକୁ ପୂର୍ଣ୍ଣ ସରକାରୀ ତଥା ସ୍ବୟଂଶାସିତ ମାନ୍ୟତା ପ୍ରଦାନ କରିବା କଥା। ଇତିମଧ୍ୟରେ ବିଶ୍ୱବ୍ୟାଙ୍କ ସହାୟତାରେ ୪ କୋଟି ଟଙ୍କା ବ୍ୟୟରେ ନୂତନ ଏକାଡେମିକ ବ୍ଳକ ନିର୍ମାଣ କରାଯାଇ କଲେଜକୁ ହସ୍ତାନ୍ତର କରାଯାଇଛି। ସେହିପରି ଆନୁସଙ୍ଗିକ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ବିଶ୍ୱବ୍ୟାଙ୍କ ୧ କୋଟି ଟଙ୍କା ଦେଇଛି। ଭିତ୍ତିଭୂମିର ଉନ୍ନତି ସହିତ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବଢିଛି। ଏଣୁ ରାଜ୍ୟ ସରକାର ଦାବି ପୂରଣ ଦିଗରେ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri