ଓସାରିଆ ହେବ ସୋନପୁର-ଡୁଙ୍ଗୁରିପାଲି ରାସ୍ତା

ସୋନପୁର,୨୪।୯(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫ ଲାଇନ କୁହାଯାଉଥିବା ସୋନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଖୁବ୍‌ଶୀଘ୍ର ୨ ଥାକିଆ ରାସ୍ତା କାମ ଆରମ୍ଭ ହେବ। ପରବର୍ତ୍ତୀ ସମୟରେ ଏହି ରାସ୍ତାକୁ ୪ଲେନ କରାଯିବ। ଜମି ଅଧିଗ୍ରହଣ କାର୍ଯ୍ୟ ସରିବା ପରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହେବ ବୋଲି ସୋନପୁର ବିଧାୟକ ତଥା ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଜିଲାର ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଦାନ ଯୋଗାଇ ଦେଇଥିବାରୁ ମନ୍ତ୍ରୀ ପୂଜାରୀ ଅଞ୍ଚଳବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।
ପ୍ରଥମ ପର୍ଯ୍ୟାୟରେ ୦ରୁ ୨୨ କିଲୋମିଟର ରାସ୍ତା ପାଇଁ ୫୧ କୋଟି ୭୫ ଲକ୍ଷ ୭୦ ହଜାର ଟଙ୍କାର ପ୍ରଶାସନିକ ମଞ୍ଜୁରି ମିଳିଥିଲା। ପୂର୍ତ୍ତ ବିଭାଗ ପକ୍ଷରୁ ୪୩ କୋଟି ୧୫ ଲକ୍ଷ ୫୪ ହଜାର ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଥିଲା। ବିକେଡି କନଷ୍ଟ୍ରକସନ୍ସ ଏହି ଟେଣ୍ଡର ପାଇଛି। ୭ ମିଟର ଓସାରର ରାସ୍ତା ପିଚୁ ହେବା ସହ ଉଭୟ ପାର୍ଶ୍ୱରେ ଦେଢ ମିଟର ଲେଖାଏ କଂକ୍ରିଟ୍‌ ହେବ। ଉଭୟପାର୍ଶ୍ୱରେ ୧ ମିଟର ଲେଖାଏ ମୋରମ ରାସ୍ତା ରହିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ୨୨ରୁ ୫୪.୨୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ୧୨୮ କୋଟି ୪୫ ଲକ୍ଷ ୩୬ ହଜାର ଟଙ୍କାର ପ୍ରଶାସନିକ ମଞ୍ଜୁରି ମିଳିଥିଲା। ସରକାର ଏଥିପାଇଁ ୧୦୨ କୋଟି ୪୨ ଲକ୍ଷ ୭୧ ହଜାର ଟଙ୍କାର ଟେଣ୍ଡର ଆହ୍ବାନ କରିଥିଲେ। ଆଶିର୍ବାଦ କନଷ୍ଟ୍ରକସନ୍ସ ଏହି ଟେଣ୍ଡର ପାଇଛି। ଏହି ରାସ୍ତା କାମକୁ ଗୁରୁବାର ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏଥିପାଇଁ ସୁବର୍ଣ୍ଣପୁର ଜିଲାବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ବିଶେଷ କରି ବିନିକା, ରାମପୁର ଓ ଡୁଙ୍ଗୁରିପାଲି ଭଳି ଜଳସେଚିତ ଅଞ୍ଚଳର ଲୋକେ ନିଜର ଖୁସି ଜାହିର କରିଛନ୍ତି। ଚାଷୀ ନିଜର ଉତ୍ପାଦିତ ଧାନ ଓ ଅନ୍ୟାନ୍ୟ ଫସଲକୁ ସହଜରେ ଅନ୍ୟ ସ୍ଥାନକୁ ନେଇପାରିବେ। ଚାଉଳ ଟ୍ରକ୍‌ ସହଜରେ ରାଇସ ମିଲ୍‌ରୁ ଗୋଦାମ ଓ ରେଳ ଷ୍ଟେଶନକୁ ଯାଇପାରିବ। ଏହି ଓସାରିଆ ରାସ୍ତା ଯାତାୟତକୁ ସୁଗମ କରିବା ସହ ଅଞ୍ଚଳର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି। ଡୁଙ୍ଗୁରିପାଲି ଆରଏମ୍‌ସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ତରଭା ପଞ୍ଚାୟତ ସମିତି ଅଧ୍ୟକ୍ଷ ସରୋଜ କମ୍ପ, ଡୁଙ୍ଗୁରିପାଲି ବ୍ଲକ ଉପାଧ୍ୟକ୍ଷ ମକରଧ୍ୱଜ ସାହୁ, ପ୍ରାକ୍ତନ ଜିଲା ପରିଷଦ ଅଧ୍ୟକ୍ଷ ହିମାଂଶୁ ଶେଖର ବିଶ୍ୱାଳ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?