ସୋନପୁର: ହୋର୍ଡିଂ ହଟୁନି

ସୋନପୁର,୧୮।୩(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ଲୋକସଭା ଓ ଓଡିଶା ବିଧାନସଭା ନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନର ଶନିବାର ତାରିଖ ଘୋଷଣା କରିଛନ୍ତି। ଓଡିଶାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ କମିଶନର ଶନିବାର ଅପରାହ୍ନ ୩ଟାରେ ନିର୍ବାଚନ ତାରିଖ ଘୋଷଣା କରିବା ପରେ ସାରା ଦେଶରେ ତତ୍କାଳ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। କ୍ଷମତାସୀନ ସରକାର ଓ ରାଜନୈତିକ ଦଳ ଆଦର୍ଶ ଆଚରଣ ବିଧି ନିୟମାବଳୀକୁ ଅନୁପାଳନ କରିବା କଥା। ତେବେ ସୁବର୍ଣ୍ଣପୁର ଜିଲାରେ ଆଚରଣବିଧି ଲାଗୁ ହେବାର ୨୪ ଘଣ୍ଟା ପରେ ବି ଏହାକୁ ଅନୁପାଳନ କରାଯାଉ ନ ଥିବା ଦେଖିବାକୁ ମିଳିଛି। ପୌରପରିଷଦ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ବିଦ୍ୟୁତ୍‌ ବିଭାଗ ଓ ମୃତ୍ତିକା ସଂରକ୍ଷଣ ଭଳି ଜିଲାର କିଛି ବିଭାଗ ସରକାରଙ୍କ ପ୍ରଚାର ହୋଡିଂକୁ ଏ ପର୍ଯ୍ୟନ୍ତ ହଟାଇ ନାହାନ୍ତି। ସୁବର୍ଣ୍ଣପୁର ମୃର୍ତ୍ତିକା ସଂରକ୍ଷଣ ବିଭାଗ କାର୍ଯ୍ୟାଳୟ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା କ୍ଷେତ ପୋଖରୀ ଚାଷୀଙ୍କ ପାଇଁ ବହୁ ଉପକାରୀ ଶୀର୍ଷକ ରାଜ୍ୟ ସରକାରଙ୍କ ବାର୍ତ୍ତା ଓ ଯୋଜନା ସମ୍ପର୍କିତ ହୋର୍ଡିଂ ସେମିତି ରହିଛି। ସୋନପୁର ତହସିଲ ଅଫିସ ସମ୍ମୁଖରେ ବିଦ୍ୟୁତ୍‌ ବିଭାଗର ପ୍ରଚାର ହୋଡିଂ ଲାଗିଥିବା ବେଳେ ତାହାକୁ ଢଙ୍କା ଯାଇନି। ସେହିପରି ଜିଲା ସଦର ମହକୁମା ପଟାଭାଡି ରାସ୍ତାର କଳିଙ୍ଗନଗର ବସ୍ତି ସମ୍ମୁଖରେ ସରକାରଙ୍କ ଜାଗା ମିଶନ ଯୋଜନା ସମ୍ପର୍କିତ ହୋର୍ଡିଂକୁ ହଟାଯାଇନି। ଗ୍ରାମାଞ୍ଚଳରେ ସରକାରଙ୍କ ଯୋଜନାର ପ୍ରଚାର ସମ୍ପର୍କିତ ଏଭଳି ବହୁ ହୋଡିଂ ପୂର୍ବ ଭଳି ରହିଥିବା ଦେଖିବାକୁ ମିଳିଛି। ଏହା ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ ହୋଇଥିବାରୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri