ସୋନପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ସହ ତାତି ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ପଶ୍ଚିମ ତଥା ଆଭ୍ୟନ୍ତରୀଣ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ୨୪ ସହରରେ ପାରଦ ୩୫ ଡିଗ୍ରୀ ଉପରେ ଓ ୭ ସ୍ଥାନରେ ୩୭ ଡିଗ୍ରୀ ଟପିଥିଲା। ତେବେ ୩୮.୭ ଡିଗ୍ରୀ ସହ ସୋନପୁରରେ ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିବାବେଳେ ବୌଦ୍ଧ ଓ ଝାରସୁଗୁଡ଼ାରେ ପାରଦ ୩୮ ଡିଗ୍ରୀ ଛୁଇଁଥିଲା। ଶୁକ୍ରବାରଠାରୁ ରାଜ୍ୟରେ ଆଉଏକ ପଶ୍ଚିମା ଝଡ଼ର ପ୍ରଭାବ ନଜରକୁ ଆସିବ। ତେଣୁ ଏନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ମୁଖ୍ୟ ଏଚ୍‌.ଆର୍‌.ବିଶ୍ୱାସ କହିଛନ୍ତି, ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ପାଗ ପରିବର୍ତ୍ତନ ହେବାର କୌଣସି ସମ୍ଭାବନା ନାହିଁ। ତେବେ ୨ ତାରିଖରେ ଉତ୍ତର ଉପକୂଳବର୍ତ୍ତୀ ଜିଲାରେ ପଶ୍ଚିମାଝଡ଼ ପ୍ରଭାବ ଦେଖିବାକୁ ମିଳିବ। ବର୍ତ୍ତମାନ ଏକ ନିମ୍ନଚାପ ରେଖା ଉତ୍ତର ମଧ୍ୟପ୍ରଦେଶର କେନ୍ଦ୍ରରୁ ବାହାରି ଉତ୍ତର ଛତିଶଗଡ଼, ଦକ୍ଷିଣ ତାମିଲନାଡୁ ହୋଇ ବିଦର୍ଭ, ମରାଠା ଓ ଆଭ୍ୟନ୍ତରୀଣ କର୍ନାଟକ ଯାଏ ସମୁଦ୍ର ପତ୍ତନରୁ ୦.୯କି.ମି. ଉପରେ ପରିବ୍ୟାପ୍ତ ରହିଛି। ସେହିପରି ଆଉଏକ ନିମ୍ନଚାପ ରେଖା ପଶ୍ଚିମବଙ୍ଗ ସବ୍‌-ହିମାଲୟନଠାରୁ ବାହାରି ଉତ୍ତର ଓଡ଼ିଶା ହୋଇ ବଙ୍ଗୋପସାଗର ଯାଏ ସମୁଦ୍ର ପତ୍ତନର ୦.୯ କିମି ଉପରେ ବ୍ୟାପିଛି। ଏହା ପ୍ରଭାବରେ ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ବର୍ଷା ସହ ଅନେକ ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ିର ସମ୍ଭାବନା ରହିଛି। ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ମୟୁରଭଞ୍ଜ, କନ୍ଧମାଳ ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ। ଏନେଇ ସଂପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଆଦି ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏପ୍ରିଲ୍‌ ୧ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଝଡ଼ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜରେ ପ୍ରବଳ ବର୍ଷା ପବନ ସହ ଘଡ଼ଘଡ଼ି ବିଜୁଳି ମାରିପାରେ। ଏସବୁ ଜିଲାଗୁଡ଼ିକ ସମେତ ପୁରୀ, ଖୋର୍ଦ୍ଧା, ନୟାଗଡ଼,ଗଞ୍ଜାମ, ଗଜପତି, ବଡ଼ଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୨ ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ରହିଥିବାରୁ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ସତର୍କ କରାଯାଇଛି। ୨ ଓ ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ବର୍ଷା ହୋଇପାରେ। ସେହିପରି ୩ରୁ ୪ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?