Posted inଖେଳ

ସୋନପୁରକୁ ମହାବୀର କପ୍‌

ଟାଙ୍ଗୀ, ୧ା୧ (ରଘୁନାଥ ସାହୁ): କୁହୁଡ଼ି ମହାବୀର ଆଥ୍‌ଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ଜନତା ଷ୍ଟାଡିୟମରେ ଚାଲିଥିବା ସର୍ବଭାରତୀୟ ମହାବୀର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋନପୁର ଫୁଟ୍‌ବଲ କ୍ଲବ ଚାମ୍ପିୟନ ହୋଇଛି। ରବିବାର ସମ୍ବଲପୁର ଫୁଟ୍‌ବଲ କ୍ଲବକୁ ୮-୭ ଟାଇବ୍ରେକର୍‌ରେ ଦଳ ହରାଇଥିଲା। ପ୍ରଥମାର୍ଦ୍ଧର ୨୪ ମିନିଟ୍‌ରେ ସୋନପୁର ଟିମ୍‌ର ଭାବଗ୍ରାହୀ ଗୋଟିଏ ଗୋଲ ଦେଇଥିଲେ। ଦ୍ୱିତୀୟାର୍ଦ୍ଧର ୭ ମିନିଟରେ ସମ୍ବଲପୁର ଟିମ୍‌ର ବିଜୁ ଓରାମ ଗୋଟିଏ ଗୋଲ ଦେଇଥିଲେ। ତେବେ ନିର୍ଦ୍ଧାରିତ ସମୟ ଅମୀମାଂସିତ ରହିଥିଲା। ଫଳରେ ଟାଇବ୍ରେକରରେ ୮-୭ ଗୋଲରେ ସୋନପୁର ଟିମ୍‌ ବିଜୟୀ ହେବା ସହ ଚାମ୍ପିୟନ ହୋଇଥିଲା। ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ଅତିଥିଭାବେ ରାଜ୍ୟ ସଭା ସଦସ୍ୟ ମୁନା ଖଁା, ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର, ପୂର୍ବତନ ଏମ୍‌ପି ଡ.ପ୍ରସନ୍ନ ପାଟଶାଣୀ, ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷ ରାମଚନ୍ଦ୍ର ମହାପାତ୍ର, ଉଦୟନ ରାଉତରାୟ, ହରିଶ୍ଚନ୍ଦ୍ର ନାଇଡୁ ପ୍ରମୁଖ ଯୋଗଦେଇ ଚାମ୍ପିୟନ ଟିମ୍‌କୁ ଟ୍ରଫି ସହ ୨୫ ହଜାର ଟଙ୍କା ଓ ରନରଅପ୍‌ ଟିମ୍‌କୁ ୧୫ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ। ସୁନୀଲ ମୁଣ୍ଡା, ଗଙ୍ଗା ଓରାମ, ବିଷ୍ଣୁ ଓରାମ, ବିଜୁ ଓରାମ, ଲକି ବୟ, ଭାବଗ୍ରାହୀ ପଢିହାରୀ, ଦୁବାଙ୍ଗଙ୍କୁ ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳିଭାବେ ସମ୍ମାନିତ କରାଯାଇଥିଲା। ଆସୋସିଏଶନ ସମ୍ପାଦକ ମନୋଜ କୁମାର ମାନସିଂହ, ସହସମ୍ପାଦକ କମଳାକାନ୍ତ ସାମନ୍ତରାୟ, କେଦାରନାଥ ଦାସ, ବିପିନ କୁମାର ଜୟସିଂହ ପ୍ରମୁଖ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?