Posted inଜାତୀୟ

ଜର୍ଜ ସୋରୋସ୍‌ ଫାଉଣ୍ଡେଶନ ପାଣ୍ଠି ଯୋଗାଉଥିବା ସଂଗଠନ ସହ ସୋନିଆ ସମ୍ପୃକ୍ତ: ଭାଜପା

ନୂଆଦିଲ୍ଲୀ,୯ା୧୨(ପି.ଟି.): ଜର୍ଜ ସୋରୋସ୍‌ ଫାଉଣ୍ଡେଶନ୍‌ ପାଣ୍ଠି ଯୋଗାଉଥିବା ଏକ ସଂଗଠନ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମ୍ପୃକ୍ତ ବୋଲି ଭାଜପା ରବିବାର ଅଭିଯୋଗ କରିଛି। କଶ୍ମୀର ସ୍ବାଧୀନ ରାଷ୍ଟ୍ର ବିଚାରଧାରାକୁ ଏହି ସଂଗଠନ ସମର୍ଥନ କରୁଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ବିଦେଶୀ ସଂସ୍ଥାଗୁଡ଼ିକର ପ୍ରଭାବ ରହିଥିବା ଏଥିରୁ ସ୍ପଷ୍ଟ ହେଉଛି ବୋଲି ଶାସକ ଦଳ ଏକ୍ସ’ରେ ପୋଷ୍ଟ କରିଛି। ସୂଚନାଯୋଗ୍ୟ, ଏକ ନ୍ୟୁଜ୍‌ ପୋର୍ଟାଲ ଜରିଆରେ ଆମେରିକାର ପରରାଷ୍ଟ୍ର ବିଭାଗ ଭାରତରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରୁଥିବା ଭାଜପା ଅଭିଯୋଗ ଆଣିଥିଲା। ଆମେରିକା ଦୂତାବାସ ଶନିବାର ଏଭଳି ଅଭିଯୋଗକୁ ଖଣ୍ଡନ କରିଥିଲା। ଏହି ପ୍ରସଙ୍ଗରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ୧୦ଟି ପ୍ରଶ୍ନ ପଚାରିବେ ବୋଲି କହିଛନ୍ତି। ମିଡିଆ ପୋର୍ଟାଲ ଅର୍ଗାନାଇଜ୍‌ଡ କ୍ରାଇମ୍‌ ଆଣ୍ଡ କରପ୍‌ଶନ ରିପୋର୍ଟିଂ ପ୍ରୋଜେକ୍ଟ (ଓସିସିଆର୍‌ପି) ଏବଂ ହଙ୍ଗେରୀୟ-ଆମେରିକୀୟ ବ୍ୟବସାୟୀ ବିରୋଧୀ ଦଳ ସହ ସଲାସୁତରାରେ ଭାରତର ଅର୍ଥନୀତିକୁ ଧ୍ୱଂସ କରିବା ସହ ମୋଦି ସରକାରଙ୍କୁ ବଦନାମ କରିବାକୁ ଉଦ୍ୟମ କରୁଥିବା ଦୁବେ କହିଛନ୍ତି। ଫୋରମ୍‌ ଅଫ୍‌ ଦି ଡେମୋକ୍ରାଟିକ୍‌ ଲିଡର୍ସ ଇନ୍‌ ଏସିଆ-ପାସିଫିକ୍‌ ଫାଉଣ୍ଡେଶନ୍‌ର ସହଅଧ୍ୟକ୍ଷ ଥିବା ସୋନିଆ ଗାନ୍ଧୀ ଜର୍ଜ ସୋରୋସ୍‌ ଫାଉଣ୍ଡେଶନ୍‌ର ଆର୍ଥତ୍କ ସହାୟତାରେ ଚାଲିଥିବା ଏକ ସଂଗଠନ ସହ ସମ୍ପୃକ୍ତ। ଏହି ସଂଗଠନ କଶ୍ମୀରକୁ ସ୍ବତନ୍ତ୍ର ରାଷ୍ଟ୍ର ଭାବେ ଦେଖିବା ସପକ୍ଷରେ ମତାମତ ଦେଇଆସୁଥିବା ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri