Posted inଜାତୀୟ

ଜର୍ଜ ସୋରୋସ୍‌ ଫାଉଣ୍ଡେଶନ ପାଣ୍ଠି ଯୋଗାଉଥିବା ସଂଗଠନ ସହ ସୋନିଆ ସମ୍ପୃକ୍ତ: ଭାଜପା

ନୂଆଦିଲ୍ଲୀ,୯ା୧୨(ପି.ଟି.): ଜର୍ଜ ସୋରୋସ୍‌ ଫାଉଣ୍ଡେଶନ୍‌ ପାଣ୍ଠି ଯୋଗାଉଥିବା ଏକ ସଂଗଠନ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମ୍ପୃକ୍ତ ବୋଲି ଭାଜପା ରବିବାର ଅଭିଯୋଗ କରିଛି। କଶ୍ମୀର ସ୍ବାଧୀନ ରାଷ୍ଟ୍ର ବିଚାରଧାରାକୁ ଏହି ସଂଗଠନ ସମର୍ଥନ କରୁଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ବିଦେଶୀ ସଂସ୍ଥାଗୁଡ଼ିକର ପ୍ରଭାବ ରହିଥିବା ଏଥିରୁ ସ୍ପଷ୍ଟ ହେଉଛି ବୋଲି ଶାସକ ଦଳ ଏକ୍ସ’ରେ ପୋଷ୍ଟ କରିଛି। ସୂଚନାଯୋଗ୍ୟ, ଏକ ନ୍ୟୁଜ୍‌ ପୋର୍ଟାଲ ଜରିଆରେ ଆମେରିକାର ପରରାଷ୍ଟ୍ର ବିଭାଗ ଭାରତରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରୁଥିବା ଭାଜପା ଅଭିଯୋଗ ଆଣିଥିଲା। ଆମେରିକା ଦୂତାବାସ ଶନିବାର ଏଭଳି ଅଭିଯୋଗକୁ ଖଣ୍ଡନ କରିଥିଲା। ଏହି ପ୍ରସଙ୍ଗରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ୧୦ଟି ପ୍ରଶ୍ନ ପଚାରିବେ ବୋଲି କହିଛନ୍ତି। ମିଡିଆ ପୋର୍ଟାଲ ଅର୍ଗାନାଇଜ୍‌ଡ କ୍ରାଇମ୍‌ ଆଣ୍ଡ କରପ୍‌ଶନ ରିପୋର୍ଟିଂ ପ୍ରୋଜେକ୍ଟ (ଓସିସିଆର୍‌ପି) ଏବଂ ହଙ୍ଗେରୀୟ-ଆମେରିକୀୟ ବ୍ୟବସାୟୀ ବିରୋଧୀ ଦଳ ସହ ସଲାସୁତରାରେ ଭାରତର ଅର୍ଥନୀତିକୁ ଧ୍ୱଂସ କରିବା ସହ ମୋଦି ସରକାରଙ୍କୁ ବଦନାମ କରିବାକୁ ଉଦ୍ୟମ କରୁଥିବା ଦୁବେ କହିଛନ୍ତି। ଫୋରମ୍‌ ଅଫ୍‌ ଦି ଡେମୋକ୍ରାଟିକ୍‌ ଲିଡର୍ସ ଇନ୍‌ ଏସିଆ-ପାସିଫିକ୍‌ ଫାଉଣ୍ଡେଶନ୍‌ର ସହଅଧ୍ୟକ୍ଷ ଥିବା ସୋନିଆ ଗାନ୍ଧୀ ଜର୍ଜ ସୋରୋସ୍‌ ଫାଉଣ୍ଡେଶନ୍‌ର ଆର୍ଥତ୍କ ସହାୟତାରେ ଚାଲିଥିବା ଏକ ସଂଗଠନ ସହ ସମ୍ପୃକ୍ତ। ଏହି ସଂଗଠନ କଶ୍ମୀରକୁ ସ୍ବତନ୍ତ୍ର ରାଷ୍ଟ୍ର ଭାବେ ଦେଖିବା ସପକ୍ଷରେ ମତାମତ ଦେଇଆସୁଥିବା ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?