Posted inଜାତୀୟ

୨୦୨୪ ନିର୍ବାଚନ ପାଇଁ କମିଟି ଗଠନ କଲେ ସୋନିଆ

ନୂଆଦିଲ୍ଲୀ,୨୫।୪ : ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଦଳ ଏପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ନେଇପାରି ନାହିଁ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକରେ ଏକାଠି ହୋଇଥିଲେ। ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ଏବଂ ସେ ଦେଇଥିବା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହୋଇଥିଲା। ତେବେ ରଣନୀତିକାର ଯୋଗଦେବା ସମ୍ପର୍କରେ କୌଣସି ନିଷ୍ପତ୍ତି ହୋଇ ନ ଥିବା ଦଳ ମୁଖପାତ୍ର ରଣଦୀବ ସୁର୍ଜଓ୍ବୋଲା ବୈଠକ ଶେଷରେ ଖବରଦାତା ସମ୍ମୀଳନୀରେ ସୂଚନା ଦେଇଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ପରିଚାଳନା ଲାଗି କଂଗ୍ରେସ ଅଧ୍ୟକ୍ଷା ଏକ କାର୍ଯ୍ୟକାରୀ କମିଟି ଗଠନ କରିଥିବା ସୁର୍ଜଓ୍ବୋଲା କହିଛନ୍ତି। ଏହି ସ୍ବତନ୍ତ୍ର କମିଟିରେ କେଉଁମାନେ ସଦସ୍ୟ ରହିବେ ତାହା ପରେ ଘୋଷଣା କରାଯିବ। ଏହା ବ୍ୟତୀତ ଆସନ୍ତା ମାସ ୧୩ରୁ ୧୫ ମଧ୍ୟରେ ରାଜସ୍ଥାନର ଉଦୟପୁରରେ ଦଳର ଚିନ୍ତନ ବୈଠକ ଅନୁଷ୍ଠିତ ହେବ ବୋଲି ଘୋଷଣା କରାଯାଇଛି। ଏହି ୩ ଦିନିଆ ଶିବିରରେ ସାରା ଦେଶରୁ ୪୦୦ରୁ ଉର୍ଦ୍ଧ୍ୱ ଦଳୀୟ କାର୍ଯ୍ୟକର୍ତ୍ତା ଯୋଗଦେବେ। ସୋମବାରର ବୈଠକରେ ବରିଷ୍ଠ ନେତା ପି. ଚିଦାମ୍ବରମ, ଅମ୍ବିକା ସୋନି, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଦିଗ୍‌ବିଜୟ ସିଂ, ଜୟରାମ ରମେଶ, ମୁକୁଲ ଓ୍ବାସନିକ୍‌, କେ.ସି. ବେଣୁଗୋପାଳ ଏବଂ ରଣଦୀପ୍‌ ସୁର୍ଜଓ୍ବୋଲା ଉପସ୍ଥିତ ଥିଲେ। ଉକ୍ତ କମିଟି ପ୍ରଶାନ୍ତ କିଶୋରଙ୍କ ଅଧିକାଂଶ ପ୍ରସ୍ତାବରେ ନୀତିଗତ ଭାବେ ରାଜି ହୋଇଥିବା ଏକ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri