Posted inଜାତୀୟ

ସୋନିଆଙ୍କୁ ସାକ୍ଷାତ୍ କଲେ କମଲନାଥ

ନୂଆଦିଲ୍ଲୀ,୧୫ ।୭: ଆଗକୁ କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ସ୍ଥିତିକୁ ମଜଭୁତ କରିବାରେ ଲାଗି ପଡିଛନ୍ତି । ବିଶେଷ କରି ଦେଶରେ ନିଜର ସ୍ଥିତିକୁ ହରାଇବାକୁ ଯାଉଥିବା କଂଗ୍ରେସ ଏବେ ପୁଣିଥରେ ଅଣ୍ଟା ସଲଖି ଠିଆ ହେବାକୁ ଚେଷ୍ଟା ଆରମ୍ଭ କରିଛି । ଗୁରୁବାର ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଦଳର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି । ୧୦ ଜନପଥରେ ପ୍ରାୟ ଏକ ଘଣ୍ଟା ଧରି ଏକ ବୈଠକ ପରେ କମଲନାଥ ସେଠାରୁ ବାହାରି ଯାଇଛନ୍ତି । ଉକ୍ତ ବୈଠକରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବି ଉପସ୍ଥିତ ଥିବା ଜଣାପଡିଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ଏଥର କମଲନାଥଙ୍କୁ ଦଳର କିଛି ଗୁରୁ ଦାୟି୍‌ବ ଦିଆଯାଇପାରେ । ହୁଏତ କମଲନାଥଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇପାରେ । କଂଗ୍ରେସରୁ ଅହମ୍ମଦ ପଟେଲ ଯିବା ପରେ କମଲନାଥ ଗୁରୁ ଦାୟିତ୍ୱ ବହନ କରି ଆସୁଛନ୍ତି । ଦୁଇ ଦିନ ପୂର୍ବରୁ ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରାହୁଲ ଗାନ୍ଧୀଙ୍କୁ ଭେଟିବା ପଛରେ କମଲନାଥଙ୍କର ମୁଖ୍ୟ ଭୂମିକା ରହିଛି ବୋଲି ବି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri