Posted inଜାତୀୟ

କୃଷକଙ୍କ ଆଖିରୁ ରକ୍ତର ଲୁହ ବୁହାଉଛନ୍ତି ମୋଦି ସରକାର: ସୋନିଆ

ନୂଆଦିଲ୍ଲୀ,୨।୧୦: ଶୁକ୍ରବାର ଗାନ୍ଧୀ ଜୟନ୍ତୀ ଅବସରରେ କୃଷକମାନେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସେପଟେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏକ ଭିଡିଓ ବାର୍ତ୍ତା ଦେଇ ଚାଷୀଙ୍କ ଦାବିକୁ ଯଥାର୍ଥ ବୋଲି କହି ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସୋନିଆ ଅଭିଯୋଗ କରିଛନ୍ତି ଯେ ମୋଦି ସରକାର କୃଷକଙ୍କ ଆଖିରୁ ରକ୍ତର ଲୁହ ବୁହାଉଛନ୍ତି। କୃଷକଙ୍କୁ କିଏ ସୁରକ୍ଷା ଦେବ, ସରକାର ଏ ବିଷୟରେ ଚିନ୍ତା କରିଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି। ସୋନିଆ ତାଙ୍କ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ଆଜି କୃଷକ ଓ ଶ୍ରମିକଙ୍କ ପାଇଁ ଜୀବନ ଉତ୍ସର୍ଗ କରିଥିବା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ। ଗାନ୍ଧିଜୀ କହିଥଲେ ଯେ ଭାରତର ଆତ୍ମା ଭାରତର ଗ୍ରାମ, କ୍ଷେତରେ ଥାଏ। ଆଜି ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ବାର୍ଷିକୀ ଯିଏ ‘ଜୟ-ଯବାନ, ଜୟ କିଷାନ’ ସ୍ଲୋଗାନ ଦେଇଥିଲେ। କିନ୍ତୁ ଆଜି ଦେଶର କୃଷକ ଏବଂ କୃଷି ଶ୍ରମିକମାନେ କୃଷି ବିରୋଧୀ ତିନୋଟି ଆଇନ ବିରୁଦ୍ଧରେ ରାସ୍ତାରେ ଆନ୍ଦୋଳନ କରୁଛନ୍ତି। ଝାଳ ବୁହାଇ ଶସ୍ୟ ଉତ୍ପାଦଳ କରୁଥିବା ଚାଷୀଙ୍କ ଆଖିରୁ ରକ୍ତର ଲୁହ ବୁହାଉଛନ୍ତି ମୋଦି ସରକାର ବୋଲି ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri