Posted inଜାତୀୟ

ଜରୁରୀ ବୈଠକ ଡକାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୬।୪: କଂଗ୍ରେସକୁ ପୁଣି ଥରେ ଟ୍ରାକ୍‌କୁ ଫେରାଇ ଆଣିବା ପାଇଁ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଶନିବାର ମଧ୍ୟାହ୍ନରେ ଦଳର ଏକ ଜରୁରୀ ବୈଠକ ଡକାଇଥିଲେ। ଦିଲ୍ଲୀର ଜନପଥ ୧୦ ସ୍ଥିତ ସୋନିଆ ଗାନ୍ଧୀଙ୍କ ବାସଭବନରେ ଘରେ ମଧ୍ୟାହ୍ନ ୧୨ଟାରୁ ଆରମ୍ଭ ହୋଇଥିବା ଏହି ସଭାରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯୋଗଦେଇ ନ ଥିଲେ। ଏହି ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ମଲ୍ଲିକାର୍ଜୁନ ଖର୍ଗେ, ଏ.କେ ଆଣ୍ଟୋନି, ଅମ୍ବିକା ସୋନି, ଜୟରାମ ରମେଶ, ମୁକୁଲ ୱାସନିକ, ଦିଗବିଜୟ ସିଂହ ଓ ଅଜୟ ମାକେନଙ୍କ ଭଳି ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ। ସବୁଠାରୁ ବିଶେଷ କଥା ହେଉଛି ଏହି ବୈଠକରେ ପ୍ରଶାନ୍ତ କିଶୋରଙ୍କୁ ମଧ୍ୟ ଡକାଯାଇଥିଲା। କୁହାଯାଉଛି, ଦଳର ହଜିଯାଇଥିବା ସମର୍ଥନ ଆଧାରକୁ ପୁନର୍ଜୀବିତ କରିବା ଏବଂ ଦଳକୁ ମଜବୁତ କରିବା ପାଇଁ ଏହି ଜରୁରୀ ବୈଠକ ଡକାଯାଇଛି। ଏହି କାରଣରୁ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କୁ ମଧ୍ୟ ଡକାଯାଇଛି। ତେବେ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ହେଉଛି। ସୂଚନା ମୁତାବକ ଖୁବ୍‌ଶୀଘ୍ର ଗୁଜରାଟ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏହା ଉପରେ କଂଗ୍ରେସର ନଜର ରହିଛି। ଦଳ ନିଜକୁ ମଜବୁତ କରାଯିବା ସହ ଏଠାରେ ଭଲ ପ୍ରଦର୍ଶନ କରିବାକୁ ଚାହୁଁଛି କଂଗ୍ରେସ। ଏତଦ୍‌ବ୍ୟତୀତ ଦଳ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିବାକୁ ଚାହୁଁଛି, ଯାହା ଦ୍ୱାରା ଭାଜପାକୁ କଡା ଟକ୍କର ଦେଇପାରିବ। ଅନ୍ୟପଟେ ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଖୁବ୍‌ଶୀଘ୍ର ତାଙ୍କୁ ଦଳର ସଦସ୍ୟତା ଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri