Posted inଜାତୀୟ

ହିମାଚଳପ୍ରଦେଶ-ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆଦିଲ୍ଲୀ,୧୨।୭: ହିମାଚଳ ପ୍ରଦେଶ ଏବଂ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି। ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଗୁଜରାଟର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି। ଏଥିସହ ତାଙ୍କ ସହିତ ଆଉ ୨ଜଣ ପର୍ଯ୍ୟବେକ୍ଷକଙ୍କୁ ମଧ୍ୟ ନିଯୁକ୍ତି କରାଯାଇଛି। ସେଥିମଧ୍ୟରେ ଛତିଶଗଡ଼ର ମନ୍ତ୍ରୀ ଟିଏସ ସିଂ ଦେବ ଏବଂ ମହାରାଷ୍ଟ୍ରର ନେତା ମିଲିନ୍ଦ ଦଓ୍ବେଡାଙ୍କ ନାମ ରହିଛି। ସେହିପରି ହିମାଚଳ ପ୍ରଦେଶରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ସହ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏବଂ ପଞ୍ଜାବର ବରିଷ୍ଠ ନେତା ପ୍ରତାପ ସିଂ ବାଜୱାଙ୍କୁ ପର୍ଯ୍ୟବେକ୍ଷକ କରାଯାଇଛି। ସୂଚନାଯୋଗ୍ୟ, ଗତ ଗୁଜୁରାଟ ବିଧାନସଭା ନିର୍ବାଚନରେ ଗେହଲଟ ବହୁତ ଭଲ ପ୍ରଦର୍ଶନ କରିଥିଲେ। ଆସନ୍ତା କିଛି ମାସ ମଧ୍ୟରେ ଉଭୟ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ବର୍ତ୍ତମାନ ଗୁଜରାଟ ଏବଂ ହିମାଚଳ ପ୍ରଦେଶରେ ଭାଜପା କ୍ଷମତାରେ ଅଛି। ଅନ୍ୟପଟେ ଉଭୟ ରାଜ୍ୟରେ ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ଲଗାତର ଭାବେ ପ୍ରଚାର ଚଳାଇଛି। ଏଭଳି ପରିସ୍ଥିତିରେ କଂଗ୍ରେସ ଆଗରେ ଏକ ବଡ଼ ଆହ୍ବାନ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri