Posted inଜାତୀୟ

ହସ୍ପିଟାଲ୍‌ରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୨।୬: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ରବିବାର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଟୁଇଟ୍‌ର ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। କିଛି ଦିନ ପୂର୍ବେ ସୋନିଆ କରୋନା ସଂକ୍ରମଣର ଶିକାର ହୋଇଥିଲେ। ଆଜି ସକାଳେ ତାଙ୍କୁ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରଙ୍କ ତତ୍ତ୍ୱାବଧାନରେ ତାଙ୍କୁ ଡାକ୍ତରଖାନାରେ ରଖାଯିବ ବୋଲି ସୁରଜେୱାଲା କହିଛନ୍ତି।
ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ନିକଟରେ କରୋନା ସଂକ୍ରମଣର ଶିକାର ହୋଇଥିଲେ। ଏହି ସଂକ୍ରମଣ ହେତୁ ସୋନିଆ କିଛି ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଏଥିପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୋନିଆ ଗାନ୍ଧୀଙ୍କ ସମସ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି ପୁଣିଥରେ ସୋନିଆ ଗାନ୍ଧୀଙ୍କୁ ଜୁନ ୨୩ରେ ପଚରାଉଚରା ପାଇଁ ଡକାଯାଇଛି। ଜୁନ ୮ରେ ପଚରାଉଚରା ପାଇଁ ଇଡି ସୋନିଆ ଗାନ୍ଧୀଙ୍କୁ ଡାକିଥିଲେ, କିନ୍ତୁ କରୋନା ସଂକ୍ରମିତ ହେତୁ ସେ ତିନି ସପ୍ତାହର ମହଲତ ଲୋଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri