Posted inଜାତୀୟ

ରାମ ମନ୍ଦିର ଉଦ୍‌ଘାଟନୀରେ ଯୋଗ ଦେବନି କଂଗ୍ରେସ!

ନୂଆଦିଲ୍ଲୀ,୨୧।୧୦: ରାମ ମନ୍ଦିର ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ନେଇ ଅଯୋଧ୍ୟାରେ ଭବ୍ୟ ଆୟୋଜନ ଆରମ୍ଭ ହୋଇଛି। ଜାନୁୟାରୀ ୨୨ରେ ହେବାକୁ ଥିବା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ୮ହଜାର ଅତିଥି ଉପସ୍ଥିତ ରହିବେ। ଏଥିରେ ବଡ ବଡ ବ୍ୟବସାୟୀ, ଶିଳ୍ପପତି, ନେତା, ସନ୍ଥ, ସେଲିବ୍ରେଟି ମଧ୍ୟ ସାମିଲ ହେବେ। ସେହିପରି ବିରୋଧୀ ଦଳ କଂଗ୍ରେସରୁ ସୋନିଆ ଗାନ୍ଧୀ, ମଲ୍ଲିକାର୍ଜ୍ଜୁନ ଖାର୍ଗେ, ଲୋକସଭା ବିରୋଧୀ ଦଳ ନେତା ଅଧିର ରଞ୍ଜନ ଚୌଧୁରୀଙ୍କୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି। ଏଥିସହ ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଏଚଡି ଦେବଗୌଡାଙ୍କୁ ମଧ୍ୟ ଡକାଯାଇଛି। ଅନ୍ୟପଟେ ଉତ୍ସବରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ନିମନ୍ତ୍ରଣ କରାଯାଇ ନାହିଁ। ତେବେ ଏହାରି ଭିତରେ ଏକ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, କଂଗ୍ରେସ ନେତା ଏହି ଆୟୋଜନରେ ଯୋଗ ଦେଇ ନ ପାରନ୍ତି ବୋଲି ଅନୁମାନ କରାଯାଉଛି।

ଶ୍ରୀ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ସବୁ ଅତିଥିଙ୍କୁ ନିମନ୍ତ୍ରଣ କରାଯାଉଛି। ସୋନିଆ ଗାନ୍ଧୀ ସମେତ କଂଗ୍ରେସର ଅନ୍ୟ ବରିଷ୍ଠ ନେତାଙ୍କୁ ଟ୍ରଷ୍ଟ ପ୍ରତିନିଧୀମାନେ ନିମନ୍ତ୍ରଣ ଦେଇଛନ୍ତି। ଏହାରି ଭିତରେ କଂଗ୍ରେସ ନେତାମାନେ କାର୍ଯ୍ୟକ୍ରମରେ ଯୋଗ ନ ଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଏହାକୁ ନେଇ ଭାଜପା କଂଗ୍ରେସ ବିରୋଧରେ ହିନ୍ଦୁତ୍ୱ କାର୍ଡରେ ଆକ୍ରମଣ କରିପାରେ। ଯଦି କଂଗ୍ରେସ ନେତା କାର୍ଯ୍ୟକ୍ରମରେ ଯୋଗ ନ ଦିଅନ୍ତି ତେବେ ୨୪ ନିର୍ବାଚନରେ ବିରୋଧୀଙ୍କୁ ନିଶାଣ କରିବା ପାଇଁ ଭାଜପା ଏହାକୁ ନେଇ ବଡ ଗୋଟି ଚାଲଣ କରିପାରେ ବୋଲି ଅନୁମାନ କରାଯାଉଛି। ଉଦ୍‌ଘାଟନୀ ଉତ୍ସବ ଯୋଗ ଦେବେ କି ନାହିଁ ଏସମ୍ପର୍କରେ କଂଗ୍ରେସ ଏପର୍ଯ୍ୟନ୍ତ କୌଣସି ବୟାନ ଜାରି କରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?