Posted inଜାତୀୟ

୩ ଦିନରେ ୨ଥର ସୋନିଆଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କଂଗ୍ରେସ ଦଳକୁ ପୁଣି ଦୃଢ କରିବାକୁ ଲାଗି ପଡିଛନ୍ତି। ନିକଟରେ ସେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକରେ ଦଳର ବହୁ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ। ପ୍ରାୟ ୫ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରାଯାଇଥିଲା। ୩ ଦିନ ମଧ୍ୟରେ ୨ ଥର ପ୍ରଶାନ୍ତ କିଶୋରଙ୍କୁ ଭେଟିଛନ୍ତି ସୋନିଆ। ସୋମବାର ସୋନିଆ ଗାନ୍ଧୀଙ୍କ ବାସଭବନରେ ଆୟୋଜିତ ଏହି ସଭାରେ ପ୍ରିୟଙ୍କା ଗାନ୍ଧୀ, ଅମ୍ବିକା ସୋନି, ପି ଚିଦାମ୍ବରମ, ଜୟରାମ ରମେଶ, କେସି ଭେନୁଗୋପାଲ ଏବଂ ରଣଦୀପ ସୁରଜେୱାଲା ମଧ୍ୟ ଉପସ୍ଥିତ ଥିଲେ।
୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିସାରିଛି। ଶନିବାର ଅନୁଷ୍ଠିତ ହୋଇଥିବା ପ୍ରଥମ ବୈଠକରେ ପ୍ରଶାନ୍ତ କିଶୋର ସମ୍ପୂର୍ଣ୍ଣ ଯୋଜନା ଉପସ୍ଥାପନ କରିଥିଲେ। ୨୭୦ ଲୋକ ସଭା ଆସନ ଉପରେ ଧ୍ୟାନ ଦେବାକୁ ସେ କଂଗ୍ରେସକୁ କହିଛନ୍ତି। ଏହା ବ୍ୟତୀତ ଅନ୍ୟ ଆସନରେ ଏକ ମେଣ୍ଟ ଗଠନ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ରିପୋର୍ଟ ଅନୁଯାୟୀ, ଉତ୍ତରପ୍ରଦେଶ, ବିହାର ଏବଂ ଓଡ଼ିଶାରେ କଂଗ୍ରେସ କାହା ସହ ମେଣ୍ଟ କରିବା ଉଚିତ ନୁହେଁ। ଏଠାରେ ଦଳ ଏକାକୀ ନିର୍ବାଚନ କ୍ଷେତ୍ରକୁ ପ୍ରବେଶ କରିବା ଉଚିତ୍‌ ବୋଲି ପ୍ରଶାନ୍ତ କିଶୋର କହିଛନ୍ତି। କଂଗ୍ରେସରେ ତାଙ୍କର ଦିନକୁ ଦିନ ବୃଦ୍ଧି ପାଉଥିବା ସକ୍ରିୟତାକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଖୁବ ଶୀଘ୍ର କଂଗ୍ରେସ ଦଳରେ ଯୋଗ ଦେବେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri