Posted inଜାତୀୟ

ଦ୍ୱିତୀୟଥର ପାଇଁ ଇଡିରେ ହାଜର ହେଲେ ସୋନିଆ

ନୂଆଦିଲ୍ଲୀ,୨୬।୭: ନ୍ୟାଶନାଲ୍‌ ହେରାଲଡ୍‌ ମାମଲାରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ମଙ୍ଗଳବାର ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି। ତାଙ୍କ ସହ ଝିଅ ପ୍ରିୟଙ୍କା ଏବଂ ପୁଅ ରାହୁଲ ଗାନ୍ଧୀ ମଧ୍ୟ ଯାଇଛନ୍ତି। ଏପଟେ ଏହାକୁ ବିରୋଧ କରି କଂଗ୍ରେସକର୍ମୀମାନେ ଇଡି ଅଫିସ୍‌ ବାହାରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସର ବିରୋଧକୁ ଦୃଷ୍ଟିରେ ରଖି ଟ୍ରାଫିକ ପୋଲିସ ଶୃଙ୍ଖଳା ରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛି।
ସୋନିଆ ଗାନ୍ଧୀଙ୍କୁ ପଚରାଉଚୁରା ପ୍ରସଙ୍ଗରେ କଂଗ୍ରେସ ଏମ୍‌ପିମାନେ ମୋଦି ସରକାରଙ୍କ ବିରୋଧରେ ରାଜନୈତିକ ଏଜେଣ୍ଡା ପୂରଣ ପାଇଁ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରିଥିବା ଅଭିଯୋଗ କରି ସଂସଦ ଭିତରେ ବିରୋଧ କରିଛନ୍ତି। ସୋମବାର ସାରେ ଏନେଇ କଂଗ୍ରେସ ନେତାଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋନିଆ ଗାନ୍ଧୀଙ୍କ ବାସଭବନ ୧୦ ଜନପଥ ନିକଟରେ ଥିବା କଂଗ୍ରେସ ମୁଖ୍ୟାଳୟରେ ବହୁ ସଂଖ୍ୟାରେ ଦଳର କର୍ମୀଙ୍କୁ ଏକାଠି ହେବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ,ଜୁଲାଇ ୨୧ରେ, ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି ସୋନିଆ ଗାନ୍ଧୀଙ୍କୁ ପ୍ରାୟ ଦୁଇ ଘଣ୍ଟା ଧରି ପଚରାଉଚରା କରିଥିଲା। ଏହି ମାମଲାରେ ଜୁନ ମାସରେ ରାହୁଲ ଗାନ୍ଧୀଙ୍କୁ ପ୍ରାୟ ୫୦ ଘଣ୍ଟା ପଚରାଉଚରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ

ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ…

ତାଲିବାନୀ ସଜ୍ଜା! ପ୍ରଥମେ ଅଧା ଚୁଟି କାଟିଦେଲେ, ୧୧-୧୨ ବର୍ଷ ବୟସର ପିଲାଙ୍କୁ ବଳପୂର୍ବକ ବିବାହ କଲେ

ପାଟନା,୧୨।୫: ବିହାରର କଟିହାର ଜିଲାରୁ ଏକ ଖବର ଆସିଛି ଯାହା କେବଳ ସାମାଜିକ ମର୍ଯାଦାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି ନୁହେଁ ବରଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri