ରାଷ୍ଟ୍ରପତିଙ୍କୁ ‘Poor Lady’ କହି କଟାକ୍ଷ କଲେ ସୋନିଆ: କହିଲେ, ଭାଷଣ ପଢ଼ି ପଢ଼ି ଥକ୍କି ଗଲେ

ନୂଆଦିଲ୍ଲୀ,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରାଷ୍ଟ୍ରପତି ମୁର୍ମୁଙ୍କ ଭାଷଣକୁ ବିରକ୍ତିକର ବୋଲି କହିଛନ୍ତି। ଏହାକୁ ନେଇ ଏବେ ରାଜନୀତି ଉଷ୍ମ ହୋଇଇଛି। ଭାଜପା କହିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି।
ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ପ୍ରତିକ୍ରିୟା ରଖିଛନ୍ତି ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଏସପି ସିଂହ ବାଘେଲ। ସେ କହିଛନ୍ତି, ସୋନିଆ ଗାନ୍ଧୀଙ୍କ ବକ୍ତବ୍ୟ ସର୍ବୋଚ୍ଚ ପଦବୀରେ ବସିଥିବା ଜଣେ ଆଦିବାସୀ ମହିଳାଙ୍କ ପ୍ରତି ଅପମାନ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା କାର୍ଯ୍ୟର ଏକ ବିବରଣୀ ଥିଲା। ପୂର୍ବ ବଜେଟ ଏବଂ ସରକାରଙ୍କ ବିଭିନ୍ନ ଯୋଜନାରୁ ଲୋକଙ୍କୁ ଲାଭ ମିଳିଛି। ସମାଜର ପ୍ରତ୍ୟେକ ବର୍ଗ ଉପକୃତ ହୋଇଛି। ଏହା ଏକ ଚମତ୍କାର ହିସାବ ଥିଲା।
ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଲୋକସଭାରେ ଅର୍ଥନୈତିକ ସର୍ଭେ ୨୦୨୪-୨୫ ଉପସ୍ଥାପନ କରିଥିଲେ। ଏହା ପରେ, ଲୋକସଭାର କାର୍ଯ୍ୟକୁ ଫେବୃଆରୀ ୧, ୨୦୨୫ ସକାଳ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସରକାରଙ୍କ ସଫଳତା ଉପରେ ଆଲୋକପାତ କରି କହିଛନ୍ତି, ଏକ ରାଷ୍ଟ୍ର, ଏକ ନିର୍ବାଚନ ଏବଂ ୱାକଫ (ସଂଶୋଧନ) ବିଲ ଭଳି ଆଇନ ଗୃହୀତ ହୋଇଛି।

ସଂସଦର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ଏହା ମଧ୍ୟ କହିଛନ୍ତି ଯେ, ସରକାର ଅଭୂତପୂର୍ବ ସଫଳତା ମାଧ୍ୟମରେ ଭାରତର ବିକାଶ ଯାତ୍ରାର ଏହି ଅମୃତ କାଳକୁ ନୂତନ ଶକ୍ତି ପ୍ରଦାନ କରୁଛନ୍ତି। ସରକାରଙ୍କ ପ୍ରୟାସ ଯୋଗୁ ଦେଶର ୨୫ କୋଟି ଲୋକ ଦାରିଦ୍ର୍ୟ ସୀମାରେଖାରୁ ବାହାରି ଆସିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri