Posted inଜାତୀୟ

୪ ଘଣ୍ଟାର ବୈଠକ ପରେ ନିଷ୍ପତ୍ତି ହେଲା ସୋନିଆ ଧରିବେ ମଙ୍ଗ

ନୂଆଦିଲ୍ଲୀ,୧୩ା୩: ସଦ୍ୟ ଅନୁଷ୍ଠିତ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଦଳର ନେତୃତ୍ୱ ପରିବର୍ତ୍ତନ କରିବାକୁ ଜୋର ଧରିଥିଲା। ଏହି ପରିପ୍ରେକ୍ଷୀରେ ରବିବାର କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକ ବସିଥିଲା। ବୈଠକରେ ଦଳର ନେତୃତ୍ୱ ପରିବର୍ତ୍ତନ ହେବ ବୋଲି ଆଶା କରାଯାଉଥିଲା। ହେଲେ ୪ ଘଣ୍ଟାର ମାନସମନ୍ଥନ ପରେ ବୈଠକରେ ସର୍ବସମ୍ମତିକ୍ରମେ ଦଳର ଅଧ୍ୟକ୍ଷା ସୋନିଆଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରାଯାଇଥିଲା। ସୋନିଆ ହିଁ କଂଗ୍ରେସ ଅଧ୍ୟକ୍ଷ ପଦରେ ରହିବେ ବୋଲି ନିଷ୍ପତ୍ତି ହୋଇଛି।

ସିଡବ୍ଲ୍ୟୁସି ବୈଠକ ପରେ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପଳ ଖବରଦାତାମାନଙ୍କୁ କହିଛନ୍ତି, ସୋନିଆ ଅଧ୍ୟକ୍ଷ ପଦରେ ରହିବେ। ଦଳୀୟ ସଙ୍ଗଠନକୁ ମଜଭୁତ କରି ସାଙ୍ଗଠନିକ ଶକ୍ତି ବୃଦ୍ଧି ପାଇଁ ସେ ତ୍ୱରିତ ପଦକ୍ଷେପ ନେବେ। ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ପରେ କଂଗ୍ରେସର ଚିନ୍ତନ ଶିବିର ଆରମ୍ଭ ହେବ। ଏହା ପୂର୍ବରୁ ପୁଣିଥରେ ସିବ୍ଲ୍ୟୁସି ବୈଠକ ବସିବ। ବୈଠକରେ ନେତାମାନଙ୍କ ମତାମତକୁ ସୋନିଆ ଶୁଣିଛନ୍ତି। ଯାହା ଜରୁରୀ ପଦକ୍ଷେପ ଆବଶ୍ୟକ ସେସବୁ ନେବା ପାଇଁ ସେ ସମ୍ମତି ପ୍ରକାଶ କରିଛନ୍ତି। ସିଡବ୍ଲ୍ୟୁସିର ପ୍ରତ୍ୟେକ ସଦସ୍ୟ ସୋନିଆଙ୍କ ମାର୍ଗଦର୍ଶନରେ କାମ କରିବାକୁ ଆଗ୍ରହୀ ଥିବା ମୁଖପାତ୍ର ରଣଦୀପ ସୂର୍ଯ୍ୟଓ୍ବୋଲା କହିଛନ୍ତି।

ବରିଷ୍ଠ ନେତା ଗୁଲାମନବୀ ଆଜାଦ୍‌ଙ୍କ ବାସଭବନରେ ଶୁକ୍ରବାର ଅସନ୍ତୁଷ୍ଟ ନେତାମାନଙ୍କ ବୈଠକ ବସିଥିଲା। ୫ ରାଜ୍ୟରେ କଂଗ୍ରେସର ଖରାପ ପ୍ରଦର୍ଶନ ପାଇଁ ଉତ୍ତରଦାୟିତ୍ୱ ସ୍ଥିର କରାଯାଉ ବୋଲି ଏହି ବୈଠକରେ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?