Posted inଜାତୀୟ

ବିରୋଧୀଙ୍କୁ ଏକଜୁଟ କରିବା ପାଇଁ କଂଗ୍ରେସର ନୂଆ ଅଭିଯାନ: ଆସନ୍ତା ୨୦ରେ ବୈଠକ ଡକାଇଲେ ସୋନିଆ

ନୂଆଦିଲ୍ଲୀ,୧୩।୮: ଭାଜପା ସରକାର ବିରୋଧରେ ବିରୋଧୀ ଦଳ ଲଗାତର ଭାବେ ଏକଜୁଟ ହେଉଥିବାର ଦେଖିବାକୁ ମିଳିଛି। କିଛି ଦିନ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିରୋଧୀ ଦଳକୁ ଏକଜୁଟ କରିବା ପାଇଁ ବିଭିନ୍ନ ଦଳକୁ ସକାଳ ଜଳଖିଆରେ ନିମନ୍ତ୍ରଣ କରିଥିଲେ। ଏଥିରେ ସରକାରଙ୍କ ବିରୋଧରେ ରଣନୀତି ପ୍ରସ୍ତୁତ କରାଯିବା ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ଭାଜପାକୁ ପାର୍ଲାମେଣ୍ଟରେ ଘେରିିଥିଲେ ବିରୋଧୀ ଦଳ। ଇତିମଧ୍ୟରେ ପୁଣି ଥରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ବିରୋଧୀଙ୍କୁ ଏକଜୁଟ କରିବା ପାଇଁ ଏକ ନୂଆ ଅଭିଯାନ ଆରମ୍ଭ କରିଛନ୍ତି। ସରକାରଙ୍କ ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ଅଗଷ୍ଟ ୨୦ରେ ସୋନିଆ ଗାନ୍ଧୀ ଏକ ଭର୍ଚୁଆଲ ବୈଠକ ଡକାଇଛନ୍ତି। ଏଥିରେ ବିରୋଧୀ ଦଳର ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଶାସିତ ରାଜ୍ୟମାନଙ୍କୁ ଯୋଗଦେବାକୁ ନିମନ୍ତ୍ରଣ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସାମିଲ ହୋଇପାରନ୍ତି। ଅନ୍ୟପଟେ ସୋନିଆ ଗାନ୍ଧୀଙ୍କ ପକ୍ଷରୁ ଏହି ବୈଠକ ଏଭଳି ସମୟରେ ଡକାଯାଇଛି, ଯେତେବେଳେ ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ ହେବା ପାଇଁ କଂଗ୍ରେସ ପକ୍ଷରୁ ଆହ୍ବାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri