Posted inଜାତୀୟ

ଚଳିତ ବଜେଟ୍‌କୁ ‘ଗରିବ ବିରୋଧୀ’ କହିଲେ ସୋନିଆ

ନୂଆଦିଲ୍ଲୀ,୬।୨: ୨୦୨୩ ବଜେଟକୁ ସମାଲୋଚନା କରି ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏହାକୁ ଗରିବ ବିରୋଧୀ ବୋଲି କହିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି, ମୋଦି ସରକାର ୟୁପିଏ ସମୟରେ କରାଯାଇଥିବା ସାମାଜିକ ଯୋଜନାର ଖର୍ଚ୍ଚ ହ୍ରାସ କରିଛନ୍ତି। ଗରିବ ଏବଂ ମଧ୍ୟବିତ୍ତ ଶ୍ରେଣୀର ମୂଲ୍ୟରେ ତାଙ୍କ ବନ୍ଧୁମାନଙ୍କୁ ଉପକୃତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନୀତି ଦେଶକୁ ବିନାଶ ଆଡକୁ ନେଉଛି। ବଜେଟରେ ଗରିବଙ୍କ ପାଇଁ ଆବଣ୍ଟନ ହ୍ରାସ କରି ସେମାନଙ୍କ ସ୍ଥିତିକୁ ସରକାର ଆହୁରି ବିଗାଡି ଦେଇଛନ୍ତି। ମୋଦି ସରକାରଙ୍କ ଗରିବଙ୍କ ଉପରେ ଏହା ଏକ ‘ସାଇଲେଣ୍ଟ୍‌ ଷ୍ଟ୍ରାଇକ୍‌’ ବୋଲି କହିଛନ୍ତି। ସ୍ବାଧୀନତାର ପ୍ରତିଶୃତି କେବଳ ଲୋକଙ୍କ ମୌଳିକ ଆବଶ୍ୟକତା ପୂରଣ କରିବା ନୁହେଁ ବରଂ ପ୍ରତ୍ୟେକ ଭାରତୀୟଙ୍କୁ ଭଲ ଜୀବନ ଦେବା।
ଆଦାନୀ ମାମଲାକୁ ସୂଚାଇ ସୋନିଆ କହିଛନ୍ତି, ସାଧାରଣ ଲୋକଙ୍କ ଜମା ବିପଦରେ ଅଛି କାରଣ ସରକାର ଏଲଆଇସି ଏବଂ ଏସବିଆଇ ଭଳି ବିଶ୍ୱସ୍ତ ସରକାରୀ ଅନୁଷ୍ଠାନ ଉପରେ ପ୍ରଧାନମନ୍ତ୍ରୀଙ୍କ ସାଙ୍ଗମାନଙ୍କ ସହ ନିବେଶ କରିବାକୁ ଚାପ ପକାଉଛନ୍ତି। ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରୀମାନେ ଅମୃତ କାଳ ଏବଂ ବିଶ୍ୱଗୁରୁଙ୍କ ସ୍ଲୋଗାନ ଦେଉଛନ୍ତି, ଅନ୍ୟ ପଟେ ପ୍ରଧାନମନ୍ତ୍ରୀଙ୍କ ପ୍ରିୟ ଶିଳ୍ପପତିଙ୍କ ସହ ଜଡିତ ଆର୍ଥିକ ଘୋଟାଲା ପ୍ରଘଟ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri