Posted inଜାତୀୟ

ଆଜି ପୁଣି ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଦ୍ୱିତୀୟଥର ପଚରାଉଚରା କରାଯିବ। ଏହା ବିରୋଧରେ କଂଗ୍ରେସ ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇବ। ଦିଲ୍ଲୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିବ ବୋଲି ଜଣାପଡିଛି। ସୋନିଆ ସକାଳ ପ୍ରାୟ ୧୧.୩୦ରେ ଇଡିରେ ହାଜର ହେବେ। ଦିଲ୍ଲୀ ପୋଲିସ କଂଗ୍ରେସକୁ ରାଜଘାଟରେ ‘ସତ୍ୟଗ୍ରାହ’ କରିବାକୁ ଅନୁମତି ଦେଇ ନାହିଁ।
ସୋନିଆ ଗାନ୍ଧୀଙ୍କୁ ପଚରାଉଚୁରା ପ୍ରସଙ୍ଗରେ କଂଗ୍ରେସ ଏମ୍‌ପିମାନେ ମୋଦି ସରକାରଙ୍କ ବିରୋଧରେ ରାଜନୈତିକ ଏଜେଣ୍ଡା ପୂରଣ ପାଇଁ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରିଥିବା ଅଭିଯୋଗ କରି ସଂସଦ ଭିତରେ ବିରୋଧ କରିବେ ଏବଂ ପରେ ପ୍ରଦର୍ଶନ ପାଇଁ ମୁଖ୍ୟାଳୟକୁ ଆସିବେ। ସୋମବାର ସାରେ ଏନେଇ କଂଗ୍ରେସ ନେତାଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋନିଆ ଗାନ୍ଧୀଙ୍କ ବାସଭବନ ୧୦ ଜନପଥ ନିକଟରେ ଥିବା କଂଗ୍ରେସ ମୁଖ୍ୟାଳୟରେ ବହୁ ସଂଖ୍ୟାରେ ଦଳର କର୍ମୀଙ୍କୁ ଏକାଠି ହେବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ,ଜୁଲାଇ ୨୧ରେ, ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି ସୋନିଆ ଗାନ୍ଧୀଙ୍କୁ ପ୍ରାୟ ଦୁଇ ଘଣ୍ଟା ଧରି ପଚରାଉଚରା କରିଥିଲା। ଏହି ମାମଲାରେ ଜୁନ ମାସରେ ରାହୁଲ ଗାନ୍ଧୀଙ୍କୁ ପ୍ରାୟ ୫୦ ଘଣ୍ଟା ପଚରାଉଚରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri