ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା

କୋରାପୁଟ,୧ା୨(ଅମିତାଭ ବେହେରା): ସୋନିଆ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରପତି ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ ତାହାର ପ୍ରତିବାଦ କରିବା ସହ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ଭାବେ ନିନ୍ଦା କରାଯିବା ସହିତ ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ପରେ ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକାକୁ ଦାହ କରିଛନ୍ତି। ଆଦିବାସୀଙ୍କ ପ୍ରତି କଂଗ୍ରେସ ଦଳର ଅସୂୟା ମନୋଭାବ ସ୍ପଷ୍ଟ ହୋଇଛି। ତୃଣମୂଳ ସ୍ତରରେ କଂଗ୍ରେସ ଦଳ ସହ ସୋନିଆ ଗାନ୍ଧୀଙ୍କୁ ବିରୋଧ କରାଯାଇଛି। ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କ ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏହାର ପ୍ରତିବାଦରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ଓଡ଼ିଆ ଝିଅ ଓଡ଼ିଆ ସ୍ବାଭିମାନ ଓ ଅସ୍ମିତାର ପ୍ରତୀକ ଦେଶର ରାଷ୍ଟ୍ରପତି ଆଦିବାସୀ ମହିଳାଙ୍କୁ ଅପମାନ କରିଛି କଂଗ୍ରେସ ଦଳ। ନିଜର ସମ୍ଭ୍ରାନ୍ତପଣିଆ ଗୁଣ ଏବେ ଯାଏ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କର ଯାଇ ନାହିଁ ବୋଲି ଜିଲା ଭାଜପା ଅଭିଯୋଗ କରିଛି। ଏଥିପାଇଁ ଭାରତବର୍ଷର ଏସ୍‌ସି, ଏସ୍‌ଟି, ଓବିସି ଶ୍ରେଣୀର ପରିବାର କେବେ ମଧ୍ୟ କଂଗ୍ରେସକୁ କ୍ଷମା ଦେବେ ନାହିଁ। ରାଷ୍ଟ୍ରପତିଙ୍କୁ ସମ୍ପର୍କରେ ସୋନିଆ ଗାନ୍ଧୀ ଅସୂୟା ମନ୍ତବ୍ୟ ଦେଇଥିବାରୁ ପ୍ରତିବାଦ କରିଛି କୋରାପୁଟ ଜିଲା ଭାଜପା ସଭାପତି ସୁମନ୍ତ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଧାରଣା କାର୍ଯ୍ୟକ୍ରମରେ ଜିଲା ଭାଜପା ଉପସଭାପତି ଦେବୀପ୍ରସାଦ କର, ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ସବିତା ପଟ୍ଟନାୟକ, ନୃପେନ୍ଦ୍ର ବାଘ, ଶିବ ମୁଦୁଲିଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri