ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା

କୋରାପୁଟ,୧ା୨(ଅମିତାଭ ବେହେରା): ସୋନିଆ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରପତି ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ ତାହାର ପ୍ରତିବାଦ କରିବା ସହ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ଭାବେ ନିନ୍ଦା କରାଯିବା ସହିତ ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ପରେ ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକାକୁ ଦାହ କରିଛନ୍ତି। ଆଦିବାସୀଙ୍କ ପ୍ରତି କଂଗ୍ରେସ ଦଳର ଅସୂୟା ମନୋଭାବ ସ୍ପଷ୍ଟ ହୋଇଛି। ତୃଣମୂଳ ସ୍ତରରେ କଂଗ୍ରେସ ଦଳ ସହ ସୋନିଆ ଗାନ୍ଧୀଙ୍କୁ ବିରୋଧ କରାଯାଇଛି। ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କ ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏହାର ପ୍ରତିବାଦରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ଓଡ଼ିଆ ଝିଅ ଓଡ଼ିଆ ସ୍ବାଭିମାନ ଓ ଅସ୍ମିତାର ପ୍ରତୀକ ଦେଶର ରାଷ୍ଟ୍ରପତି ଆଦିବାସୀ ମହିଳାଙ୍କୁ ଅପମାନ କରିଛି କଂଗ୍ରେସ ଦଳ। ନିଜର ସମ୍ଭ୍ରାନ୍ତପଣିଆ ଗୁଣ ଏବେ ଯାଏ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କର ଯାଇ ନାହିଁ ବୋଲି ଜିଲା ଭାଜପା ଅଭିଯୋଗ କରିଛି। ଏଥିପାଇଁ ଭାରତବର୍ଷର ଏସ୍‌ସି, ଏସ୍‌ଟି, ଓବିସି ଶ୍ରେଣୀର ପରିବାର କେବେ ମଧ୍ୟ କଂଗ୍ରେସକୁ କ୍ଷମା ଦେବେ ନାହିଁ। ରାଷ୍ଟ୍ରପତିଙ୍କୁ ସମ୍ପର୍କରେ ସୋନିଆ ଗାନ୍ଧୀ ଅସୂୟା ମନ୍ତବ୍ୟ ଦେଇଥିବାରୁ ପ୍ରତିବାଦ କରିଛି କୋରାପୁଟ ଜିଲା ଭାଜପା ସଭାପତି ସୁମନ୍ତ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଧାରଣା କାର୍ଯ୍ୟକ୍ରମରେ ଜିଲା ଭାଜପା ଉପସଭାପତି ଦେବୀପ୍ରସାଦ କର, ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ସବିତା ପଟ୍ଟନାୟକ, ନୃପେନ୍ଦ୍ର ବାଘ, ଶିବ ମୁଦୁଲିଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri