
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗାଁର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ସନିଆ ନାୟକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ ପାତ୍ର କେଶ୍ ନଂ.୧୯୮/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତକାରୀ ଅଧିକାରୀ ସଦଳବଳେ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢ଼ାଉ କରିଥିଲେ ମଧ୍ୟ ନାବାଳିକାଙ୍କ ପତ୍ତା ମିଳିପାରିନାହିଁ।