Posted inଜାତୀୟ

ହାଇକୋର୍ଟରେ ସୋନିଆ-ରାହୁଲଙ୍କ ସତ୍ୟପାଠ, ଆମକୁ କରାଯାଉଛି ଟାର୍ଗେଟ…

ନୂଆଦିଲ୍ଲୀ, ୩୦।୮ : ଦିଲ୍ଲୀ ଦଙ୍ଗା ସମୟରେ ଉତ୍ତେଜନା ସୃଷ୍ଟିକାରୀ ବିବୃତ୍ତି ସମ୍ପର୍କରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଦିଲ୍ଲୀ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି। ଦିଲ୍ଲୀ ହାଇକୋର୍ଟରେ ଦାଖଲ ହୋଇଥିବା ସତ୍ୟପାଠରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ କହିଛନ୍ତି ଯେ ସେମାନଙ୍କୁ ଜାଣିଶୁଣି ଟାର୍ଗେଟ କରାଯାଉଛି।

ଏହା ଜନସ୍ବାର୍ଥ ମାମଲା ନୁହେଁ ଏହା ପବ୍ଲିସିଟି ଇଣ୍ଟ୍ରେଷ୍ଟ ଲିଟିଗେଶନ । ଆବେଦନକୁ ବିରୋଧ କରି ସେମାନେ କୌଣସି ଉତ୍ତେଜନା ସୃଷ୍ଟିକାରୀ ବିବୃତ୍ତି ଦେଇନାହାନ୍ତି ବୋଲି ଏଥିରେ ଦର୍ଶାଇଛନ୍ତି। ସେମାନଙ୍କ ବିରୋଧରେ ମାମଲା ରୁଜୁ ଏଫଆଇଆରକୁ ପ୍ରତ୍ୟାଖ୍ୟାନ କରାଯିବା ଉଚିତ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି॥

ବାସ୍ତବରେ, ଫେବୃଆରୀ ୨୦୨୦ ରେ ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ଦଙ୍ଗା ସହ ଜଡିତ ବିଭିନ୍ନ ଆବେଦନ ଉପରେ ହାଇକୋର୍ଟ ଶୁଣାଣି କରୁଛନ୍ତି। ଏହି ମାମଲାରେ ଦୁଇଟି ଆବେଦନ କରାଯାଇଛି ଯେଉଁଥିରେ ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦେଇଥିବା ରାଜନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବକୁ କୁହାଯାଇଛି।

ଶେଖ ମୁଜତାବା ଫାରୁକଙ୍କ ଦ୍ୱାରା ଦାଖଲ ହୋଇଥିବା ଏହି ପିଟିଶନରେ ଘୃଣ୍ୟ ଭାଷଣ ଅଭିଯୋଗରେ ଭାଜପା ନେତା ଅନୁରାଗ ଠାକୁର, କପିଲ ମିଶ୍ର, ପରଭେଶ ବର୍ମା ଏବଂ ଅଭୟ ବର୍ମାଙ୍କ ବିରୋଧରେ ଏଫଆଇଆର ପଞ୍ଜିକରଣ କରିବାକୁ କୁହାଯାଇଛି। କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ତଥା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ, ଆମ ଆଦମୀ ପାର୍ଟି ବିଧାୟକ ଅମାନତୁଲ୍ଲା ଖାନ, ଏଆଇଏମଆଇଏମ ନେତା ଅସଦ୍ଦିଦିନ ଓୱାଇସିଙ୍କ ଦ୍ୱାରା ଘୃଣ୍ୟ ଭାଷଣ ଦିଆଯାଇଥିବା ଅଭିଯୋଗରେ ଦ୍ୱିତୀୟ ଆବେଦନ କରାଯାଇଥିଲା। ପୂର୍ବତନ ବିଧାୟକ ୱାରିସ ପଠାନ, ମେହମୁଦ ପ୍ରାଚା, ହର୍ଷ ମନ୍ଦର, ମୁଫତି ମହମ୍ମଦ ଇସମାଇଲ, ଅଭିନେତ୍ରୀ ସ୍ବରା ଭାସ୍କର, ଉମର ଖାଲିଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri