Posted inଜାତୀୟ

ମଣିପୁରର କଂଗ୍ରେସ ନେତାଙ୍କୁ ଭେଟିଲେ ସୋନିଆ, ରାହୁଲ

ନୂଆଦିଲ୍ଲୀ,୭ା୮: ମଣିପୁରରୁ ଆସିଥିବା କଂଗ୍ରେସ ନେତାମାନଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଏମ୍‌ପି ରାହୁଲ ଗାନ୍ଧୀ ସୋମବାର ଭେଟି ରାଜ୍ୟ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ମଣିପୁରର କଂଗ୍ରେସ ନେତାମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂ, ଦଳର ରାଜ୍ୟ ସଭାପତି କେ. ମେଘଚନ୍ଦ୍ର ସିଂ ପ୍ରମୁଖ ଥିଲେ। ପାର୍ଲାମେଣ୍ଟର କଂଗ୍ରେସ ସଂସଦୀୟ ଦଳ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ କଂଗ୍ରେସ ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ବେଣୁଗୋପାଳ ମଧ୍ୟ ଉପସ୍ଥିତ ଥିଲେ। ମଣିପୁରରେ ମେ’ ୩ରୁ ଜାତିଆଣ ହିଂସା ଲାଗିରହିଥିବାବେଳେ ଏଥିରେ ୨୦୦ ଲୋକଙ୍କ ମୃତ୍ୟୁ ହେବା ସହ ୬୦ ହଜାର ଲୋକ ଘରଦ୍ୱାର ଛାଡ଼ି ଅନ୍ୟତ୍ର ଆଶ୍ରୟ ନେଇଛନ୍ତି। ରାଜ୍ୟରେ ଶାନ୍ତି ଓ ସ୍ବାଭାବିକ ସ୍ଥିତି ଫେରାଇଆଣିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି ପ୍ରଧାନମନ୍ତ୍ରୀ ପାର୍ଲାମେଣ୍ଟରେ ବିବୃତି ରଖନ୍ତୁ ବୋଲି କଂଗ୍ରେସ ଦାବି କରିଆସୁଛି।
ଅନ୍ୟପକ୍ଷରେ ମଣିପୁରର ଆଦିବାସୀ ସଂଗଠନ ଆଇଟଇଏଲ୍‌ଏଫ୍‌ର ପ୍ରତିନିଧି ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ଏହି ପ୍ରତିନିଧି ଦଳ କୁକି-ଜୋ ସମ୍ପ୍ରଦାୟଙ୍କ ପାଇଁ ଅଲଗା ରାଜନୈତିକ ପ୍ରଶାସନ, ହିଂସାରେ ପ୍ରାଣ ହରାଇଥିବା କୁକି-ଜୋ ସଦସ୍ୟମାନଙ୍କ ନିମନ୍ତେ ଚୁରାଚାନ୍ଦପୁର ଜିଲାରେ ଏକ ଗଣସମାଧିସ୍ଥଳ ନିର୍ମାଣ ସମେତ ୫ଟି ଦାବି ଉପସ୍ଥାପନ କରବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri