Posted inଜାତୀୟ

କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ହେଲେ ସୋନିଆ

ନୂଆଦିଲ୍ଲୀ,୮ା୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ କଂଗ୍ରେସ ଦଳକୁ ନୂଆ ଜୀବନ ଦେଇଛି। ଦଳର ନେତାଙ୍କଠାରୁ ଆରମ୍ଭ କରି କର୍ମୀଙ୍କଠାରେ ନୂଆ ଉତ୍ସାହ ଦେଖିବାକୁ ମିଳିଛି। କଂଗ୍ରେସ ପକ୍ଷରୁ ଘନଘନ ବୈଠକ ଅନୁଷ୍ଠିତ ହେଉଛି। ଶନିବାର ସନ୍ଧ୍ୟାରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାର ଦଳର ଏମ୍‌ପିଙ୍କ ବୈଠକରେ  ନେତା ଭାବରେ ନିର୍ବାଚିତ ହେବା ପରେ ସୋନିଆ ଗାନ୍ଧୀ କଂଗ୍ରେସ ସଂସଦୀୟ ଦଳ (ସିପିପି) ଅଧ୍ୟକ୍ଷା ଭାବରେ ନିଜର ପଦବୀ ବଜାୟ ରଖିବାକୁ ଯାଉଛନ୍ତି। ଦଳୀୟ ଏମ୍‌ପିମାନଙ୍କ ଏକ ବୈଠକରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋନିଆଙ୍କୁ ସଂସଦୀୟ ଦଳ ଅଧ୍ୟକ୍ଷ ପଦ ପାଇଁ ପ୍ରସ୍ତାବ ଦେଇଥିଲେ। ଏହାକୁ ଗୌରବ ଗୋଗୋଇ, କେ. ସୁଧାକରନ ଏବଂ ତାରିକ୍‌ ଅନ୍‌ଓ୍ବର ସମର୍ଥନ ଜଣାଇଥିଲେ। ୭୭ ବର୍ଷୀୟା ସୋନିଆ ଗତ ଫେବୃଆରୀରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ।

ସୂତ୍ରରୁ ପ୍ରକାଶ ଯେ, ଲୋକ ସଭାରେ କଂଗ୍ରେସ ଏହାର ନେତାଙ୍କ ନାଁ ସ୍ଥିର କରିବା ସହିତ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଏକ ପ୍ରମୁଖ ଭୂମିକା ହସ୍ତାନ୍ତର କରିବାର ଦାବି ବଢ଼ିବାରେ ଲାଗିଛି। ବାସ୍ତବରେ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁଡିସି)ର ଦିନିକିଆ ବୈଠକରେ ଏକ ସଂକଳ୍ପ ପାରିତ ହୋଇଛି ଯେ, ରାହୁଲ ଗାନ୍ଧୀଙ୍କୁ ଲୋକ ସଭାରେ ବିରୋଧୀ ଦଳର ନେତା ଭାବରେ ଉପସ୍ଥାପନ କରାଯିବା ଉଚିତ।

ରାହୁଲ ବିରୋଧୀ ଦଳର ନେତା ହେବା ନେଇ କଂଗ୍ରେସ ନେତା କେ.ସି ବେଣୁଗୋପାଳ କହିଛନ୍ତି, ତାଙ୍କୁ ବିରୋଧୀ ଦଳର ନେତା ଭାବରେ ଦାୟିତ୍ୱ ଗ୍ରହଣ କରିବାକୁ ପଡ଼ିବ। ସର୍ବଶେଷରେ ଲୋକମାନେ ତାଙ୍କୁ ସେମିତି ଦେଖିବାକୁ ଚାହାନ୍ତି। ଇଣ୍ଡିଆ ଦଳ ଏବଂ କଂଗ୍ରେସ ଲୋକମାନେ ମଧ୍ୟ ସେହି ପଦବୀରେ ରାହୁଲଙ୍କୁ ଦେଖିବାକୁ ଚାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri