Posted inଜାତୀୟ

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ନିଷ୍ପତ୍ତି ନେବେ ସୋନିଆ

ଜୟପୁର,୨୪ା୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ଦଳର ଅଧ୍ୟକ୍ଷ ପଦ ଲାଗି ହେବାକୁ ଥିବା ନିର୍ବାଚନ ନିମନ୍ତେ ନାମାଙ୍କନପତ୍ର ଦାଖଲ କରିବେ। କେରଳରେ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ଶୁକ୍ରବାର ଗେହଲଟ ଏହା କହିଛନ୍ତି। କିଏ ରାଜସ୍ଥାନର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ସେ ସମ୍ପର୍କରେ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାଜ୍ୟ ଦାୟିତ୍ୱରେ ଥିବା ସାଧାରଣ ସମ୍ପାଦକ ଅଜୟ ମାକେନ ନିଷ୍ପତ୍ତି ନେବେ ବୋଲି ଗେହଲଟ ସୂଚନା ଦେଇଛନ୍ତି। ରାହୁଲଙ୍କୁ ଅଧ୍ୟକ୍ଷ କରାଇବା ଲାଗି ବିଭିନ୍ନ ରାଜ୍ୟ କଂଗ୍ରେସ କମିଟି ପ୍ରସ୍ତାବ ଗୃହୀତ କରାଇଛନ୍ତି। ଗେହଲଟ ତାଙ୍କୁ ଭେଟି ନିଷ୍ପତ୍ତି ବଦଳାଇବା ଲାଗି ଅନୁରୋଧ କରିଥିଲେ। ତେବେ ଗାନ୍ଧୀ ପରିବାରରୁ କେହି ଅଧ୍ୟକ୍ଷ ହେବେ ନାହିଁ, ଏହା ଚୂଡ଼ାନ୍ତ ନିଷ୍ପତ୍ତି ବୋଲି ରାହୁଲ ସ୍ପଷ୍ଟ କରିଦେଇଥିବା ଗେହଲଟ ଗଣମାଧ୍ୟମକୁ କହିଛନ୍ତି।
ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ସମ୍ପର୍କିତ ପ୍ରଶ୍ନରେ ଗେହଲଟ୍‌ କହିଥିଲେ, ଯିଏ କଂଗ୍ରେସ ଅଧ୍ୟକ୍ଷ ହେବେ ଏବଂ ଆଜି ପର୍ଯ୍ୟନ୍ତ ଯେଉଁମାନେ ଅଧ୍ୟକ୍ଷ ହୋଇଛନ୍ତି, ସେମାନେ ମୁଖ୍ୟମନ୍ତ୍ରୀ ପଦରେ ରହିନାହାନ୍ତି। ଯଦି ତାଙ୍କୁ ଦଳ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବାର ସୁଯୋଗ ମିଳେ, ତେବେ ସେ କେବଳ ସେହି ପଦବୀ ପାଇଁ କାର୍ଯ୍ୟ କରିବେ। ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ସୋନିଆ ଗାନ୍ଧୀ ଓ ମାକେନ ଏକତ୍ର ନିଷ୍ପତ୍ତି ନେବେ ବୋଲି ଗେହଲଟ ସୂଚନା ଦେଇଛନ୍ତି। ସେହିପରି ଅନ୍ୟତମ ମୁଖ୍ୟମନ୍ତ୍ରୀ ଦାବିଦାର ସଚିନ ପାଇଲଟଙ୍କୁ ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଜୟପୁରରେ ରହିବା ଏବଂ ବିଧାୟକମାନଙ୍କୁ ଭେଟିବା ଲାଗି ଦଳ ହାଇକମାଣ୍ଡ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। କେରଳରେ ରାହୁଲଙ୍କ ସହ ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହେବା ପରେ ସଚିନ ଶୁକ୍ରବାର ଜୟପୁର ଫେରି ନିଷ୍ପତ୍ତିକୁ ଅପେକ୍ଷା କରିଥିବା ଜଣାପଡ଼ିଛି। ତାଙ୍କ ବ୍ୟତୀତ ସି.ପି. ଜୋଷୀ ଏବ ବି.ଡି. କାଲ୍ଲା ମଧ୍ୟ ମୁଖ୍ୟମନ୍ତ୍ରୀ ହେବା ଲାଗି ଲବି ଚଲାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri