Posted inଜାତୀୟ

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ନିଷ୍ପତ୍ତି ନେବେ ସୋନିଆ

ଜୟପୁର,୨୪ା୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ଦଳର ଅଧ୍ୟକ୍ଷ ପଦ ଲାଗି ହେବାକୁ ଥିବା ନିର୍ବାଚନ ନିମନ୍ତେ ନାମାଙ୍କନପତ୍ର ଦାଖଲ କରିବେ। କେରଳରେ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ଶୁକ୍ରବାର ଗେହଲଟ ଏହା କହିଛନ୍ତି। କିଏ ରାଜସ୍ଥାନର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ସେ ସମ୍ପର୍କରେ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାଜ୍ୟ ଦାୟିତ୍ୱରେ ଥିବା ସାଧାରଣ ସମ୍ପାଦକ ଅଜୟ ମାକେନ ନିଷ୍ପତ୍ତି ନେବେ ବୋଲି ଗେହଲଟ ସୂଚନା ଦେଇଛନ୍ତି। ରାହୁଲଙ୍କୁ ଅଧ୍ୟକ୍ଷ କରାଇବା ଲାଗି ବିଭିନ୍ନ ରାଜ୍ୟ କଂଗ୍ରେସ କମିଟି ପ୍ରସ୍ତାବ ଗୃହୀତ କରାଇଛନ୍ତି। ଗେହଲଟ ତାଙ୍କୁ ଭେଟି ନିଷ୍ପତ୍ତି ବଦଳାଇବା ଲାଗି ଅନୁରୋଧ କରିଥିଲେ। ତେବେ ଗାନ୍ଧୀ ପରିବାରରୁ କେହି ଅଧ୍ୟକ୍ଷ ହେବେ ନାହିଁ, ଏହା ଚୂଡ଼ାନ୍ତ ନିଷ୍ପତ୍ତି ବୋଲି ରାହୁଲ ସ୍ପଷ୍ଟ କରିଦେଇଥିବା ଗେହଲଟ ଗଣମାଧ୍ୟମକୁ କହିଛନ୍ତି।
ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ସମ୍ପର୍କିତ ପ୍ରଶ୍ନରେ ଗେହଲଟ୍‌ କହିଥିଲେ, ଯିଏ କଂଗ୍ରେସ ଅଧ୍ୟକ୍ଷ ହେବେ ଏବଂ ଆଜି ପର୍ଯ୍ୟନ୍ତ ଯେଉଁମାନେ ଅଧ୍ୟକ୍ଷ ହୋଇଛନ୍ତି, ସେମାନେ ମୁଖ୍ୟମନ୍ତ୍ରୀ ପଦରେ ରହିନାହାନ୍ତି। ଯଦି ତାଙ୍କୁ ଦଳ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବାର ସୁଯୋଗ ମିଳେ, ତେବେ ସେ କେବଳ ସେହି ପଦବୀ ପାଇଁ କାର୍ଯ୍ୟ କରିବେ। ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ସୋନିଆ ଗାନ୍ଧୀ ଓ ମାକେନ ଏକତ୍ର ନିଷ୍ପତ୍ତି ନେବେ ବୋଲି ଗେହଲଟ ସୂଚନା ଦେଇଛନ୍ତି। ସେହିପରି ଅନ୍ୟତମ ମୁଖ୍ୟମନ୍ତ୍ରୀ ଦାବିଦାର ସଚିନ ପାଇଲଟଙ୍କୁ ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଜୟପୁରରେ ରହିବା ଏବଂ ବିଧାୟକମାନଙ୍କୁ ଭେଟିବା ଲାଗି ଦଳ ହାଇକମାଣ୍ଡ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। କେରଳରେ ରାହୁଲଙ୍କ ସହ ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହେବା ପରେ ସଚିନ ଶୁକ୍ରବାର ଜୟପୁର ଫେରି ନିଷ୍ପତ୍ତିକୁ ଅପେକ୍ଷା କରିଥିବା ଜଣାପଡ଼ିଛି। ତାଙ୍କ ବ୍ୟତୀତ ସି.ପି. ଜୋଷୀ ଏବ ବି.ଡି. କାଲ୍ଲା ମଧ୍ୟ ମୁଖ୍ୟମନ୍ତ୍ରୀ ହେବା ଲାଗି ଲବି ଚଲାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri