ବାପାଙ୍କ ମୃତ୍ୟୁର ୮ ଦିନ ପରେ ମିଳିଲା ପୁଅର ମୃତଦେହ, ଶୋକାକୁଳ ପରିବେଶରେ ଫାଟି ପଡୁଛି ଗାଁ ଦାଣ୍ଡ

ପୁରୁଷୋତ୍ତମପୁର,୯ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ କୁମାରୀରେ ଏକ ଦୁଃଖଦ ଘଟଣା ଘଟିଛି। ବାପାଙ୍କ ମୃତ୍ୟୁର ୮ ଦିନ ପରେ ଶନିବାର ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ନିକଟରୁ ଦିବ୍ୟାଙ୍ଗ ପୁଅର ପଚାସଢ଼ା ମୃତଦେହ ମିଳିଛି। ମୃତ ଯୁବକ ହେଲେ କବି ମହାରଣା (୨୭)। ଏହାକୁ ନେଇ କୁମାରୀରେ ଶୋକାକୁଳ ପରିବେଶ ଦେଖାଦେଇଥିବା ବେଳେ ଏହି ମୃତ୍ୟୁକୁ ନେଇ ଲୋକେ ବିଦ୍ୟୁତ୍‌ ବିଭାଗକୁ ଦୋଷ ଦେଇ ବିଭାଗର ଦାୟିତ୍ୱହୀନତା ଯୋଗୁ ଏଭଳି ଘଟିଥିବାର କହିଛନ୍ତି।

ଆସିକା-ହୁମ୍ମା ମୁଖ୍ୟରାସ୍ତା କଡ଼ରେ କୁମାରୀ ବନ୍ଧପାଶର୍‌ବରେ ମୁକୁଳା ଭାବରେ ଗଛଲତା ପୂର୍ଣ୍ଣ ପରିବେଶରେ ଟ୍ରାନ୍ସଫର୍ମରଟି ରହିଥିବା ବେଳେ ଏହାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ସନ୍ଦେହ କରାଯାଉଛି। ଏହାର ଖବରପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳକୁ ଆସି ମୃତଦେହକୁ ଜବତ କରିବା ସହ କେସ୍‌ ନଂ ୧୫/୨୫ରେ ଏକ ମାମଲା ରୁଜୁ କରାଯାଇଛି। ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇବାର ନେଇ ଏସ୍‌ଆଇ ଆଦିତ୍ୟ ନାରାୟଣ ପାତ୍ର କହିଛନ୍ତି।

ଘଟଣାରୁ ଜାଣିବାକୁ ମିଳିଛି ଯେ, ମୃତ କବି ଜଣେ ଦିବ୍ୟାଙ୍ଗ ହୋଇଥିବାବେଳେ ତାଙ୍କ ପରିବାର ସମ୍ପୂର୍ଣ୍ଣ ଗରିବ ଶ୍ରେଣୀର ଅଟନ୍ତି। ଗତମାସ ୨୭ ତାରିଖରେ ସେ ଘରୁ ବାହାରକୁ ଆସିଥିବାବେଳେ ଆଉ ଘରକୁ ଫେରି ନ ଥିଲେ। ଫଳରେ ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ। ଇତିମଧ୍ୟରେ ତାଙ୍କ ବାପା ସୁରେନ୍ଦ୍ର ମହାରଣା ଗତ ୨ ତାରିଖରେ ମୃତ୍ୟୁ କରିଛନ୍ତି। ଶନିବାର ଟ୍ରାନ୍ସଫର୍ମର ନିକଟରୁ ଜୋରରେ ଦୁର୍ଗନ୍ଧ ବାହାରିବାରୁ ଲୋକେ ଯାଇ ଦେଖିବା ବେଳେ କବିଙ୍କ ପଚାସଢ଼ା ମୃତଦେହକୁ ଦେଖିବାକୁ ପାଇଥିଲେ। ଏହି ମୃତ୍ୟୁ ଏଠାରେ ଏକପ୍ରକାର ସନ୍ଦେହଘେରକୁ ଆସିଛି। ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଛି ନା ନିଜେ ପଡ଼ି ମୃତ୍ୟୁବରଣ କରିଛନ୍ତି ତାହା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri