ବାପାଙ୍କ ମୃତ୍ୟୁର ୮ ଦିନ ପରେ ମିଳିଲା ପୁଅର ମୃତଦେହ, ଶୋକାକୁଳ ପରିବେଶରେ ଫାଟି ପଡୁଛି ଗାଁ ଦାଣ୍ଡ

ପୁରୁଷୋତ୍ତମପୁର,୯ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ କୁମାରୀରେ ଏକ ଦୁଃଖଦ ଘଟଣା ଘଟିଛି। ବାପାଙ୍କ ମୃତ୍ୟୁର ୮ ଦିନ ପରେ ଶନିବାର ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ନିକଟରୁ ଦିବ୍ୟାଙ୍ଗ ପୁଅର ପଚାସଢ଼ା ମୃତଦେହ ମିଳିଛି। ମୃତ ଯୁବକ ହେଲେ କବି ମହାରଣା (୨୭)। ଏହାକୁ ନେଇ କୁମାରୀରେ ଶୋକାକୁଳ ପରିବେଶ ଦେଖାଦେଇଥିବା ବେଳେ ଏହି ମୃତ୍ୟୁକୁ ନେଇ ଲୋକେ ବିଦ୍ୟୁତ୍‌ ବିଭାଗକୁ ଦୋଷ ଦେଇ ବିଭାଗର ଦାୟିତ୍ୱହୀନତା ଯୋଗୁ ଏଭଳି ଘଟିଥିବାର କହିଛନ୍ତି।

ଆସିକା-ହୁମ୍ମା ମୁଖ୍ୟରାସ୍ତା କଡ଼ରେ କୁମାରୀ ବନ୍ଧପାଶର୍‌ବରେ ମୁକୁଳା ଭାବରେ ଗଛଲତା ପୂର୍ଣ୍ଣ ପରିବେଶରେ ଟ୍ରାନ୍ସଫର୍ମରଟି ରହିଥିବା ବେଳେ ଏହାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ସନ୍ଦେହ କରାଯାଉଛି। ଏହାର ଖବରପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳକୁ ଆସି ମୃତଦେହକୁ ଜବତ କରିବା ସହ କେସ୍‌ ନଂ ୧୫/୨୫ରେ ଏକ ମାମଲା ରୁଜୁ କରାଯାଇଛି। ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇବାର ନେଇ ଏସ୍‌ଆଇ ଆଦିତ୍ୟ ନାରାୟଣ ପାତ୍ର କହିଛନ୍ତି।

ଘଟଣାରୁ ଜାଣିବାକୁ ମିଳିଛି ଯେ, ମୃତ କବି ଜଣେ ଦିବ୍ୟାଙ୍ଗ ହୋଇଥିବାବେଳେ ତାଙ୍କ ପରିବାର ସମ୍ପୂର୍ଣ୍ଣ ଗରିବ ଶ୍ରେଣୀର ଅଟନ୍ତି। ଗତମାସ ୨୭ ତାରିଖରେ ସେ ଘରୁ ବାହାରକୁ ଆସିଥିବାବେଳେ ଆଉ ଘରକୁ ଫେରି ନ ଥିଲେ। ଫଳରେ ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ। ଇତିମଧ୍ୟରେ ତାଙ୍କ ବାପା ସୁରେନ୍ଦ୍ର ମହାରଣା ଗତ ୨ ତାରିଖରେ ମୃତ୍ୟୁ କରିଛନ୍ତି। ଶନିବାର ଟ୍ରାନ୍ସଫର୍ମର ନିକଟରୁ ଜୋରରେ ଦୁର୍ଗନ୍ଧ ବାହାରିବାରୁ ଲୋକେ ଯାଇ ଦେଖିବା ବେଳେ କବିଙ୍କ ପଚାସଢ଼ା ମୃତଦେହକୁ ଦେଖିବାକୁ ପାଇଥିଲେ। ଏହି ମୃତ୍ୟୁ ଏଠାରେ ଏକପ୍ରକାର ସନ୍ଦେହଘେରକୁ ଆସିଛି। ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଛି ନା ନିଜେ ପଡ଼ି ମୃତ୍ୟୁବରଣ କରିଛନ୍ତି ତାହା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri