ପୁଅର ନୃଶଂସ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟିପିଟି କଲେ ହତ୍ୟା, ଅଳ୍ପକେ ବଞ୍ଚିଲେ ମାଆ, ଅଞ୍ଚଳରେ ଚାଞ୍ଚଲ୍ୟ

ଟେନ୍‌ସା,୨୮।୪(ସମୀର କୁମାର ପାଢୀ): ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ପୁଅ, ଅଳ୍ପକେ ବଞ୍ଚିଲେ ମାଆ। ଏଭଳି ଏକ ନୃଶଂସ କାଣ୍ଡ ଘଟିଛି ସୁନ୍ଦରଗଡ଼ ଜିଲା କୋଇଡା ବ୍ଳକ କଦମଡ଼ିହି ଗ୍ରାମରେ। ଏହି ଖବର ସମଗ୍ର ଅଞ୍ଚଳକୁ ସ୍ତବ୍ଧ କରିଛି । ସୋମବାର ରାତିରେ ଖାଇବାକୁ ନେଇ ଏହି ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ କୋଇଡା ପୋଲିସ ଜାଣିବାକୁ ପାଇଛି ।

ପାଟମୁଣ୍ଡା ଗ୍ରାମ ପଞ୍ଚାୟତର କଦମଡ଼ିହି ଗ୍ରାମରେ ପାଣ୍ଡୁ ମୁଣ୍ଡା , ସ୍ତ୍ରୀ ରାଇବାରି ମୁଣ୍ଡା ,ପୁଅ ସନା ମୁଣ୍ଡାଙ୍କୁ ନେଇ ପରିବାର । ମାଆ ରଇବାରି ମୁଣ୍ଡା ତାଙ୍କୁ ଖାଇବାକୁ ଦେଉଥିବାବେଳେ କୌଣସି କାରଣରୁ ସନା ହଠାତ୍‌ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ ଏବଂ ନିଜ ମାଆକୁ ମାରିଦେବା ପାଇଁ ଉଦ୍ୟମ କରିଥିଲେ। ମାଆଙ୍କ ଚିତ୍କାର ଶୁଣି ବାପା ପାଣ୍ଡୁ ମୁଣ୍ଡା ସ୍ତ୍ରୀକୁ ରକ୍ଷା କରିବା ପାଇଁ ତୁରନ୍ତ ଦୌଡ଼ି ଆସିଥିଲେ। କିନ୍ତୁ ପୁଅର ନୃଶଂସ ରୂପ ଦେଖି ସମସ୍ତେ ସ୍ତବ୍ଧ ହୋଇଯାଇଥିଲେ। ବାପା ଯେତେବେଳେ ମାଆକୁ ବଞ୍ଚାଇବାକୁ ପ୍ରୟାସ କରୁଥିଲେ, ସେହି ସମୟରେ ପୁଅ ସନା ଏକ ଠେଙ୍ଗାରେ ବାପା ପାଣ୍ଡୁ ମୁଣ୍ଡାଙ୍କୁ ଅତି ନିର୍ମମ ଭାବେ ପିଟି ଥିଲେ। ଫଳରେ ବାପାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି। ଏହି ସଂଘର୍ଷରେ ମାଆଙ୍କ ହାତ ଭାଙ୍ଗିଯାଇଥିବା ବେଳେ ସେ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବରପାଇ କୋଇଡା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି। ଘଟଣା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଛନ୍ତି। ତାକୁ ଧରିବା ପାଇଁ ପୋଲିସ ଚଢାଉ ଜାରି ରଖିଛି। ସେପଟେ ରାଉରକେଲାରୁ ଏକ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସାଇଣ୍ଟିଫିକ ଟିମର ଯାଞ୍ଚ ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?