ସାପକାମୁଡ଼ାରେ ଜୁଆଙ୍ଗ ଶିଶୁ ମୃତ, ମହାପ୍ରୟାଣ ଗାଡ଼ି ନ ମିଳିବାରୁ ଅଟୋରେ ନେଲେ ପୁଅର ମୃତଦେହ

କେନ୍ଦୁଝର,୨୭ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ସାପକାମୁଡ଼ାରେ ମୃତ ପୁଅର ମୃତଦେହ ନେବା ପାଇଁ ମହାପ୍ରୟାଣ ଗାଡ଼ି ନ ମିଳିବାରୁ ତାଙ୍କ ଗରିବ ଅସହାୟ ବାପା କିଭଳି ଏକ ଅଟୋରେ ଘରକୁ ନେବାକୁ ବାଧ୍ୟ ହୋଇଛନ୍ତି ସେଭଳି ଫଟୋ ଜିଲାରେ ସ୍ବାସ୍ଥ୍ୟ ବିଭାଗର ଅପରିଣାମଦର୍ଶିତାକୁ ପଦାରେ ପକାଇଛି। ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉ ନ ଥିବାରୁ ଅନେକ ସମୟରେ ଗରିବ ଲୋକମାନେ ଭଡ଼ା ଗାଡ଼ି କରି ବହୁ ଖର୍ଚ୍ଚାନ୍ତ ହୋଇ ନେଉଥିବାରୁ ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି

ସୂଚନାଯୋଗ୍ୟ, ବାଂଶପାଳ ବ୍ଲକ ଅନ୍ତର୍ଗତ ତଳସୁମଠ ଗ୍ରାମର ଭୀମସେନ ଜୁଆଙ୍ଗଙ୍କ ପୁଅ ଗଣେଶ୍ୱର(୧୨) ଶନିବାର ବିଳମ୍ବିତ ରାତିରେ ମା’ ବାସନ୍ତୀ ସହିତ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡିଥିଲା। ବିଷାକ୍ତ ସାପ କାମୁଡିବା ଜାଣିବା ପରେ ଗଣେଶ୍ୱର ମା’ଙ୍କୁ କହିଥିଲେ। ଆମ୍ବୁଲାନ୍ସ ନ ମିଳିବାରୁ ନିକଟସ୍ଥ ନଇଗୁଡା ୍‌ଗ୍ରାମରୁ ୫ ଶହ ଟଙ୍କା କଥାବାର୍ତ୍ତା କରି ଏକ ଅଟୋରେ ପୁଅକୁ ରବିବାର ସକାଳେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଆଜି ସକାଳ ୮ଟା ୩୫ରେ ଚିକତ୍ସାଧୀନ ଅବସ୍ଥାରେ ଗଣେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଟାଉନ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ବ୍ୟବଚ୍ଛେଦ ପରେ ଅପରାହ୍ନରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ ା ଭୀମସେନଙ୍କ ୩ ଝିଅରେ ଏକ ମାତ୍ର ପୁଅ ଥିଲେ। ପରିବାର ଲୋକ ଏକମାତ୍ର ପୁଅକୁ ହରାଇବା ପରେ ମର୍ମାହତ ହୋଇପଡିଥିବା ବେଳେ ମୃତଦେହ କିପରି ନେବେ ସେ ନେଇ ଚିନ୍ତାରେ ପଡ଼ିଥିଲେ। କେନ୍ଦୁଝର ଠାରୁ ତଳସୁମଠ ୩୦ କିଲୋମିଟର ଦୂର ହୋଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମୃତଦେହକୁ ଘରକୁ ପଠାଇବା ପାଇଁ ବ୍ୟବସ୍ଥା ନ କରିବାରୁ ବାଧ୍ୟ ହୋଇ ଏକ ଅଟୋରେ ୧୧୦୦ ଟଙ୍କା ଭଡ଼ାରେ ଗରିବ ବାପା ପୁଅର ମୃତଦେହ ଗାଁକୁ ନେଇଥିଲେ। ଗାଁରେ ପୁଅର ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri