ହାତ ଯୋଡି ଅନୁରୋଧ କଲେ ସୋନୁ: ଅତିକମରେ ଜଣେ ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରନ୍ତୁ

ମୁମ୍ବାଇ,୯।୮: କରୋନା ମହାମାରୀ ସମୟରେ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ବେଳେ ବହୁ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି ସମୟରେ କିନ୍ତୁ ଦେବଦୂତ ସାଜିଛନ୍ତି ବଲିଉଡ୍‌ର ଖଳନାୟକ ଚରିତ୍ରରେ ନଜର ଆସୁଥିବା ଅଭିନେତା ସୋନୁ ସୁଦ। ପ୍ରକୃତ ଜୀବନରେ ସେ ଆଜି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ପ୍ରଥମେ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବାକୁ ସୋନୁ ବଢାଇଥିଲେ ସହାଯୋଗର ହାତ। କେବଳ ସେତିକି ନୁହେଁ ଏହି ସମୟରେ ସେ କେତେଜଣଙ୍କୁ ରୋଜଗାର ମଧ୍ୟ ଯୋଗାଇଦେଇ ଆସିଛନ୍ତି ଚର୍ଚ୍ଚାକୁ। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ସୋନୁ ନିକଟରେ ଟୁଇଟ୍‌ କରି କହିଛନ୍ତି କି, ମୁଁ ଆପଣଙ୍କୁ ବିନମ୍ର ଅନୁରୋଧ କରୁଛି ଯେଉଁମାନେ ଗରିବଙ୍କୁ ସାହାଯ୍ୟ କରିବାକୁ ସକ୍ଷମ ସେମାନେ ଦୟାକରି ସାମ୍ନାକୁ ଆସନ୍ତୁ। ହସ୍ପିଟାଲରେ ଭର୍ତ୍ତି ହୋଇଥିବା କେତେଜଣ ଗରିବ ଲୋକଙ୍କୁ ଖାଇବାକୁ ଦେବାସହ ତାଙ୍କ ଔଷଧ ଖର୍ଚ୍ଚ ଉଠାନ୍ତୁ ବୋଲି ସୋନୁ ସାଧାରଣ ଜନତାଙ୍କୁ ଅନୁରୋଧ କରିଛନ୍ତି। ଏମିତି କଲେ ଆପଣଙ୍କ ଚିନ୍ତା ଅନେକାଂଶରେ ଦୂର ହୋଇଯିବ ବୋଲି ସୋନୁ ଲେଖିଛନ୍ତି। ସୋନୁଙ୍କର ଏହି ପୋଷ୍ଟକୁ କେତେଜଣ ଲାଇକ୍‌ କରିଥିବା ବେଳେ ଆଉ କେତେଜଣ କମେଣ୍ଟ ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ତିନିଦିନ ପୂର୍ବରୁ ଏହି କଳାକାର ପଞ୍ଜାବର ୩ ଅନାଥ ଶିଶୁଙ୍କୁ କୋଳେଇ ନେଇ ଆସିଥିଲେ ଚର୍ଚ୍ଚାକୁ। ତାଙ୍କର ବଦାନ୍ୟତା ଏବେ ସବୁଠି ଚର୍ଚ୍ଚାର କେନ୍ଦ୍ର ପାଲଟି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri