ବଳଦ କିଣିବାକୁ ଟଙ୍କା ନାହିଁ, ବିଲରେ ହଳ କରୁଥିଲେ ଏହି ଦୁଇ ଝିଅ; ଟ୍ରାକ୍ଟର ପଠାଇଲେ ସୋନୁ

କରୋନା ସମୟରେ ସାଧାରଣ ଲୋକଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅଭିନେତା ସୋନୁ ସୁଦ୍‌। ଲକ୍‌ଡାଉନ୍‌ ସମୟରେ ସୋନୁ ହଜାର ହଜାର ଶ୍ରମିକଙ୍କ ସହାୟତାର ହାତ ବଢାଇଛନ୍ତି। ନିକଟରେ ସେ ଆନ୍ଧ୍ର ପ୍ରଦେଶର ଏକ ଗରିବ କୃଷକ ପରିବାରକୁ ଟ୍ରାକ୍ଟର ପଠାଇଛନ୍ତି।
ଆନ୍ଧ୍ରପ୍ରଦେଶର ଚିତୁର ଗାଁରେ ରହୁଥିବା କୃଷକ ନାଗେଶ୍ୱର ରାଓଙ୍କ ହଳ କିଣିବାକୁ ଟଙ୍କା ନ ଥିବାରୁ ସେ ଦୁଇ ଝିଅଙ୍କ ଦ୍ୱାରା ଜମି ହଳ କରୁଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସୋନୁ ସହାୟତା ପାଇଁ ଆଗେଇ ଆସିଥିଲେ। ସେ ଏକ ଟ୍ରାକ୍ଟର କିଣି ନାଗେଶ୍ୱରଙ୍କ ଘରକୁ ପଠାଇଥିଲେ। ଏହା ଦେଖି ଆଶ୍ଚର୍ଯ୍ୟ ହେବା ସହ ସୋନୁଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ନାଗେଶ୍ୱର। ଯଦିଓ ସେ ରିଲ୍‌ ଲାଇଫ୍‌ରେ ଭିଲିଆନ୍‌ କିନ୍ତୁ ରିୟଲ୍‌ ଲାଇଫ୍‌ରେ ସେ ଆମ ପାଇଁ ହିରୋ। ମୋ ପରିବାର ତାଙ୍କ ପାଖରେ ଚିର ଋଣୀ ରହିବେ ବୋଲି ନାଗେଶ୍ୱର କହିଛନ୍ତି। ଏହାସହ ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌ ଚନ୍ଦ୍ରବାବୁ ନାଇଡୁ ସୋନୁଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହ ନାଗେଶ୍ୱରଙ୍କ ଦୁଇ ଝିଅଙ୍କ ପଠାଖର୍ଚ୍ଚ ବହନ କରିବେ ବୋଲି ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସୋନୁ ଗତ କିଛି ଦିନ ହେବ ଶ୍ରମିକ, ଛାତ୍ରୀଛାତ୍ର, କୃଷକଙ୍କ ସହାୟତା ପାଇଁ ଆଗେଇ ଆସିଛନ୍ତି। ଯଥାସମ୍ଭବ ସହାୟତା କରି ସେମାନଙ୍କୁ ଘରକୁ ପଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri