Posted inଜାତୀୟ

ସୋନୁ ସୁଦଙ୍କ ବିରୋଧରେ ମାମଲା ରୁଜୁ

ଚଣ୍ଡିଗଡ଼,୨୨।୨: ସବୁବେଳେ ମହତ୍‌ କାର୍ଯ୍ୟ କରି ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ରାଜନୈତିକ ପ୍ରସଙ୍ଗକୁ ନେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ତାଙ୍କ ବିରୋଧରେ ପଞ୍ଜାବର ମୋଗାରେ ଏକ ମାମଲା ରୁଜୁ ହୋଇଛି। ସୋନୁ ସୁଦ ତାଙ୍କ ଭଉଣୀ ମାଲଭିକା ସୁଦଙ୍କ ସପକ୍ଷରେ ଭୋଟରଙ୍କୁ ପ୍ରବର୍ତ୍ତାଇଥିବା ଅଭିଯୋଗରେ ଏହି ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ, ଅଭିନେତା ସୋନୁ ସୁଦଙ୍କ ଭଉଣୀ ମାଲଭିକା ସୁଦ ମୋଗା ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ରହିଛନ୍ତି। ଏଥିପାଇଁ ସୋନୁ ପ୍ରାୟ ୧ମାସ ଧରି ଉକ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ଅଛନ୍ତି। କାଳେ ସୋନୁ ଭୋଟରଙ୍କୁ ପ୍ରବର୍ତ୍ତାଇ ନିଜ ଭଉଣୀଙ୍କ ସପକ୍ଷରେ ଭୋଟ ହାତେଇନେବେ ସେହି ଭୟରେ ଅନ୍ୟ ରାଜନୈତିକ ଦଳର ନଜର ନେଇ ତାଙ୍କ ଉପରେ ରହିଥିଲା। ଏହିକ୍ରମରେ ଯେତେବେଳେ ସୋନୁ ମୋଗା ଗାଁର ଲଣ୍ଢେକେ ଗାଁରେ ବୁଥ୍‌ ନମ୍ବର ୨୦୫ରେ ପହଞ୍ଚିଲେ, ସେତେେବେଳେ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କ ସହ ସେଲ୍‌ଫି ନେବାକୁ ଆରମ୍ଭ କରିଥିଲେ। ତାଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଏବଂ ମତଦାନ କେନ୍ଦ୍ରରେ ଭୋଟରଙ୍କୁ ପ୍ରବର୍ତ୍ତାଇବାକୁ ଉଦ୍ୟମ କରିଥିବା ନେଇ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ନିକଟରେ ଶିରୋମଣିି ଅକାଲୀ ଦଳର ସମର୍ଥକମାନେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ମୋଗା ଥାନାରେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଏହାପୂର୍ବରୁ ଫେବୃଆରୀ ୨୦ରେ ଏହି ସମାନ ପ୍ରସଙ୍ଗରେ ସୋନୁଙ୍କ ଗାଡ଼ିକୁ ଜବତ କରାଯାଇଥିଲା। ବର୍ତ୍ତମାନ ତାଙ୍କ ଗାଡ଼ି ସହରର ଥାନା ସିଟି ୧ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri