Posted inଜାତୀୟ

ସୋନୁ ସୁଦଙ୍କ ବିରୋଧରେ ମାମଲା ରୁଜୁ

ଚଣ୍ଡିଗଡ଼,୨୨।୨: ସବୁବେଳେ ମହତ୍‌ କାର୍ଯ୍ୟ କରି ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ରାଜନୈତିକ ପ୍ରସଙ୍ଗକୁ ନେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ତାଙ୍କ ବିରୋଧରେ ପଞ୍ଜାବର ମୋଗାରେ ଏକ ମାମଲା ରୁଜୁ ହୋଇଛି। ସୋନୁ ସୁଦ ତାଙ୍କ ଭଉଣୀ ମାଲଭିକା ସୁଦଙ୍କ ସପକ୍ଷରେ ଭୋଟରଙ୍କୁ ପ୍ରବର୍ତ୍ତାଇଥିବା ଅଭିଯୋଗରେ ଏହି ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ, ଅଭିନେତା ସୋନୁ ସୁଦଙ୍କ ଭଉଣୀ ମାଲଭିକା ସୁଦ ମୋଗା ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ରହିଛନ୍ତି। ଏଥିପାଇଁ ସୋନୁ ପ୍ରାୟ ୧ମାସ ଧରି ଉକ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ଅଛନ୍ତି। କାଳେ ସୋନୁ ଭୋଟରଙ୍କୁ ପ୍ରବର୍ତ୍ତାଇ ନିଜ ଭଉଣୀଙ୍କ ସପକ୍ଷରେ ଭୋଟ ହାତେଇନେବେ ସେହି ଭୟରେ ଅନ୍ୟ ରାଜନୈତିକ ଦଳର ନଜର ନେଇ ତାଙ୍କ ଉପରେ ରହିଥିଲା। ଏହିକ୍ରମରେ ଯେତେବେଳେ ସୋନୁ ମୋଗା ଗାଁର ଲଣ୍ଢେକେ ଗାଁରେ ବୁଥ୍‌ ନମ୍ବର ୨୦୫ରେ ପହଞ୍ଚିଲେ, ସେତେେବେଳେ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କ ସହ ସେଲ୍‌ଫି ନେବାକୁ ଆରମ୍ଭ କରିଥିଲେ। ତାଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଏବଂ ମତଦାନ କେନ୍ଦ୍ରରେ ଭୋଟରଙ୍କୁ ପ୍ରବର୍ତ୍ତାଇବାକୁ ଉଦ୍ୟମ କରିଥିବା ନେଇ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ନିକଟରେ ଶିରୋମଣିି ଅକାଲୀ ଦଳର ସମର୍ଥକମାନେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ମୋଗା ଥାନାରେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଏହାପୂର୍ବରୁ ଫେବୃଆରୀ ୨୦ରେ ଏହି ସମାନ ପ୍ରସଙ୍ଗରେ ସୋନୁଙ୍କ ଗାଡ଼ିକୁ ଜବତ କରାଯାଇଥିଲା। ବର୍ତ୍ତମାନ ତାଙ୍କ ଗାଡ଼ି ସହରର ଥାନା ସିଟି ୧ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?